କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଆରୋହୀ ଗୁରୁତର

Published By : Prameya-News7 Bureau | May 06, 2025 IST

ସାଲେପୁର ୦୬।୦୫ : କଟକ ଜିଲ୍ଲା ସାଲେପୁର ଥାନା ଶିଶୁଆ ବଜାର ନିକଟରେ ଦୁର୍ଘଟଣା । କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯେଉଁଥିରେ ବାଇକ୍‌ ଚାଳକ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 

ଖବର ଅନୁଯାୟୀ, କଟକରୁ କେନ୍ଦ୍ରାପଡ଼ା ଆଭିମୁଖେ ଆସୁଥିବା କାର୍‌ ସହ ବିପରୀତ ଦିରରୁ ଆସୁଥିବା ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯେଉଁଥିରେ ବାଇକ୍‌ ଆରୋହୀ ଜଣଙ୍କ ଗୁରୁତର ହୋଇଥିଲେ । ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା । ହେଲେ ଅବସ୍ଥା ଗୁରୁତର ଥିବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ବର୍ତ୍ତମାନ ଯାଏଁ ଆହତଙ୍କ ପରିଚୟ ମିଳିନାହିଁ । ପୋଲିସ ଉଭୟ ଦୁର୍ଘଟଣାଗ୍ରସ୍ତ କାର୍ ଏବଂ ବାଇକ୍‌କୁ ଜବତ କରି ଛାନ୍‌ଭିନ୍‌ ଜାରି ରଖିଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.