ବିକ୍ରମ କେଶରୀ ଆରୁଖ ହେଲେ ନୂଆ ବାଚସ୍ପତି, ଗୃହରେ ଘୋଷଣା କଲେ ଉପ ବାଚସ୍ପତି

Published By : Prameya-News7 Bureau | June 13, 2022 IST

ଭୁବନେଶ୍ୱର ୧୩।୦୬ : ବିକ୍ରମ କେଶରୀ ହେଲେ ନୂଆ ବାଚସ୍ପତି । ଓଡିଶା ବିଧାନସଭାର ୨୪ ତମ ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ । ବାଚନିକ୍‌ ଭୋଟରେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ । ଗୃହରେ ଘୋଷଣା କଲେ ଉପ-ବାଚସ୍ପତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଚସ୍ପତି ପଦ ପାଇଁ ବିକ୍ରମ କେଶରୀ ଆରୁଖଙ୍କ ନାମ ପ୍ରସ୍ତାବ ଦେଇଥିଲେ। 

ଖବର ଅନୁଯାୟୀ, ୧୯୯୫ରେ ପ୍ରଥମ ଥର ପାଇଁ ବିକ୍ରମ ଆରୁଖ ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ଜନତା ଦଳ ପ୍ରାର୍ଥୀ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୦ ମସିହାରୁ ଲଗାତର ଭାବେ ବିଜେଡି ଟିକେଟ୍ ରୁ ସେ ଜିତି ଆସୁଛନ୍ତି । ୨୦୦୯ରେ ଚତୁର୍ଥ ଥର ବିଧାୟକ ହେବା ପରେ ପ୍ରଥମ ଥର ପାଇଁ ତାଙ୍କୁ ମନ୍ତ୍ରୀପଦ ମିଳିଥିଲା । ବିକ୍ରମ ଆରୁଖ ଗ୍ରାମ୍ୟ ଉନ୍ନୟନ ଓ ଆଇନ ବିଭାଗ ମନ୍ତ୍ରୀ ହୋଇଥିଲେ। ଏହା ପରଠାରୁ ଆରୁଖ ଆଇନ, ସଂସଦୀୟ ବ୍ୟାପାର, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ଭାବେ ଗୁରୁଦାୟିତ୍ୱ ସମ୍ଭାଳି ଆସିଥିଲେ । ଗଞ୍ଜାମ ଜିଲ୍ଲାରୁ ବିକ୍ରମ ଆରୁଖ ହିଁ ଦୀର୍ଘ ୧୩ ବର୍ଷରୁ ଅଧିକ ସମୟ ହେଲା ମନ୍ତ୍ରୀ ପଦରେ ରହି ଆସିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.