ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ରାଜ୍ୟ ରାଜସ୍ୱ କ୍ଷେତ୍ର ଅଧିକାରୀ ସଂଘର ବାର୍ଷିକ ସମ୍ମିଳନୀ, ନିର୍ବାଚିତ ହେଲେ ନୂତନ କର୍ମକର୍ତ୍ତା

30/01/2023 at 10:53 AM

ବିନିକା ୩୦।୦୧ : ରାଜ୍ୟ ରାଜସ୍ୱ କ୍ଷେତ୍ର ଅଧିକାରୀ ସଂଘର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ । ସୋନପୁର ଜିଲ୍ଲା ବିନିକା ପାପକ୍ଷୟ ଘାଟ ନିକଟରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ଶାଶ୍ୱତ ସୁନ୍ଦର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ସମସ୍ତ ଆର୍‌ଆଇ, ଏଆରଆଇ ଏବଂ ସୁପର ଭାଇଜରମାନେ ଯୋଗ ଦେଇଥିଲା ।

ଏହି କାର୍ଯ୍ୟକ୍ରମରେ  ଅବସରପ୍ରାପ୍ତ ସୁପରଭାଇଜର ପ୍ରେମାନନ୍ଦ ଦୋରା, ଜରସିଂହ ବରିହା, ପୁଷ୍ପାଞ୍ଜଳି ପଧାନ, ନବେନ୍ଦ୍ର ଧରୁଆ, ପ୍ରିୟବ୍ରତ ସେଠି, ବିଷ୍ଣୁପ୍ରସାଦ ପଲିତା ପ୍ରମୁଖ ମଞ୍ଚାସିନ ରହି ବକ୍ତବ୍ୟ ରଖିଥିଲେ । ଏହାସହିତ ରାଜସ୍ବ ବିଭାଗର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା । ଏଥିରେ ତହସିଲ ସ୍ତରୀୟ ଫିଲ୍ଡ ଅଧିକାରୀ ଗଠନ ଡି.ପି.ସି ହାଇଟେକ ସର୍ଭେ କେମିତି ସୁରୁଖୁରୁରେ ଚାଲିବ ।

ତହସିଲ ସ୍ତରୀୟ ସଂଘ ଗଠନ ପାଇଁ ପ୍ରସ୍ତାବ ଆଦି  ଆଲୋଚନା ହୋଇଥିଲା । ଏହି ଅବସରରେ ଜିଲ୍ଲା ସ୍ତରୀୟ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା । ସର୍ବସମ୍ମତିକ୍ରମେ ଜରସିଂହ ବରିହାଙ୍କୁ ସଭାପତି ଭାବେ ଚୟନ କରାଯାଇଥିବା ବେଳେ ସମ୍ପାଦକ ଭାବେ ବିବେକାନନ୍ଦ ତ୍ରିପାଠୀ, ଉପ ସଭାପତି ପଞ୍ଚାନନ ନାଏକ, ସହ-ସମ୍ପାଦକ ସୁଧିର ପାଣ୍ଡିଆ,ସଂଗଠନ ସମ୍ପାଦକ ବିଜେନ୍ଦ୍ରନାଥ ପଧାନ,କାର୍ଯ୍ୟାଳୟ ସମ୍ପାଦକ ଭିର୍ଣ୍ଣ ନେଗୀ, କୋଷାଧ୍ୟକ୍ଷ ଶାଶ୍ୱତ ସୁନ୍ଦର ମିଶ୍ର, ନବେନ୍ଦ୍ର କୁମାର ମହାକୁର ପ୍ରମୁଖ ଚୟନ ହୋଇଛନ୍ତି |

   Related Posts