AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ବିଜେଡିର ମିଶ୍ରଣ ପର୍ବ, ଦଳରେ ସାମିଲ ହେଲେ ଶତାଧିକ କର୍ମୀ

12/09/2022 at 11:11 AM

ଚଣ୍ଡିଖୋଲ ୧୨।୦୯ : ଯାଜପୁର ଜିଲ୍ଲା ବଡ଼ଚଣା ବିଜେଡିର ବଢୁଛି ବଳ । ବଡ଼ଚଣା ବିଜେଡିରେ ସରପଞ୍ଚଙ୍କ ସହ ବହୁ କର୍ମୀ ସାମିଲ ହୋଇଛନ୍ତି । ଚଣ୍ଡିଖୋଲ ଠାରେ ବଡ଼ଚଣା ବିଜେଡି ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି ।

ତେବେ ଏହି କାର୍ଯ୍ୟକ୍ରମରେ ବଡ଼ଚଣା ବ୍ଲକର ପତରାଜପୁର, ବଡବାଲିକୁଦା ଓ ପଲେଇ ପଞ୍ଚାୟତର ସରପଞ୍ଚଙ୍କ ସହ ଶତାଧିକ କର୍ମୀ ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି । ବ୍ଲକ ବିଜେଡି ସଭାପତିଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ ଯୋଗଦେଇ ସମସ୍ତଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ଦଳକୁ ସ୍ୱାଗତ କରିଥିଲେ ।ଏହାଦଳକୁ ଆଗାମୀ ଦିନରେ ଆହୁରି ମଜବୁତ କରିବା ସହ ବଡ଼ଚଣାରେ ବିକାଶର ଧାରାକୁ ତ୍ୱରାନ୍ୱିତ କରିବ ବୋଲି ବିଧାୟକ ଅମର ପ୍ରସାଦ ଶତପଥୀ କହିଛନ୍ତି । ଏହି ମିଶ୍ରଣ ପର୍ବରେ ବ୍ଲକ ଅଧ୍ୟକ୍ଷ, ଜିଲ୍ଲାପରିଷଦ ଓ ବହୁ ବିଜେଡି କର୍ମକର୍ତ୍ତା ଯୋଗ ଦେଇଥିଲେ ।

   Related Posts