ବିରୋଧୀ ଦଳ ନେତାଙ୍କୁ ଭେଟିଲେ BJD ପୋଲାଭରମ୍ ଟିମ୍, ପ୍ରକଳ୍ପକୁ ସବୁ ସ୍ତରରେ ବିରୋଧ କରାଯିବ

Published By : Prameya-News7 Bureau | September 10, 2024 IST

ଭୁବନେଶ୍ବର ୧୦।୯: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ୍ ଟିମ୍ ନବୀନ ନିବାସରେ ଭେଟି ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି । ଏ ଅବସରରେ ସେମାନେ ବିରୋଧି ଦଳ ନେତାଙ୍କୁ ପ୍ରକଳ୍ପ ଅଞ୍ଚଳର ବାସ୍ତବ ସ୍ଥିତି ସମ୍ପର୍କରେ ଅବଗତ କରାଇଥିଲେ । ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରିର ମୋଟୁ ପଞ୍ଚାୟତ ସମେତ କାଲିମେଳା ଓ ପଡ଼ିଆ ବ୍ଲକର ୨୩୬ଟି ଗାଁର ଲୋକମାନେ କ୍ଷତିଗ୍ରସ୍ତ ହେବେ । ସେମାନଙ୍କର ଭିଟାମାଟି ଓ ଜୀବୀକା ଉଜୁଡିଯିବ । ମାଲକାନଗିରି ଜିଲ୍ଲାରେ ସାଧାରଣତଃ ଅଧିକ ବର୍ଷା ହୋଇଥାଏ । ତେଣୁ ଏ ପ୍ରକଳ୍ପ, ପରିସ୍ଥିତିକୁ ଆହୁରି ଜଟିଳ କରିବ ବୋଲି ପ୍ରତିନିଧି ଦଳ ମତବ୍ୟକ୍ତ କରିଥିଲେ ।

ଏହି ପରିପ୍ରେକ୍ଷୀରେ ପ୍ରକଳ୍ପକୁ ସବୁ ସ୍ତରରେ ପାର୍ଲିଆମେଣ୍ଟ ଠାରୁ ଆରମ୍ଭ କରି ବିଧାନସଭା ତଥା ପଞ୍ଚାୟତ ସ୍ତରରେ ଦୃଢ଼ ବିରୋଧ କରିବା ପାଇଁ ବିରୋଧୀ ଦଳ ନେତା ପରାମର୍ଶ ଦେଇଥିଲେ । ସେ କହିଥିଲେ ଆଦିବାସୀ ଭାଇଭଉଣୀମାନଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ବିଜୁ ଜନତା ଦଳ ସବୁ ବେଳେ ପ୍ରାଥମିକତା ଦେଇଆସିଛି । ଆଦିବାସୀ ଭାଇଭଉଣୀମାନଙ୍କ ହକ୍ ପାଇଁ  ବିଜୁ ଜନତା ଦଳ ତାର ଲଢ଼େଇ ଜାରି ରଖିବ ବୋଲି ନବୀନ ପଟ୍ଟନାୟକ କହିଥିଲେ ।

ଏହି ପ୍ରତିନିଧି ଦଳରେ ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ସାଂସଦ ମୁନ୍ନା ଖାଁ, ବିଧାୟକ ମନୋହର ରାନ୍ଧାରୀ, ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ଝିନ ହିକକା, ଭ୍ରୁଗୁ ବକ୍ସିପାତ୍ର, ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଓ ବିଜେଡିର ମିଡିଆ ସଂଯୋଜକ ପ୍ରିୟବ୍ରତ ମାଝୀ ପ୍ରମୁଖ ଆସି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ।

You Can Read:

ରାଜ୍ୟରେ ଘଟିଥିବା ରହସ୍ୟଜନକ ମୃତ୍ୟୁର ତଦନ୍ତ ଭାର ସିବିଆଇକୁ ଦିଆଯାଉ : ଜୟ ନାରାୟଣ ମିଶ୍ର

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.