ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେଲେ ରାଜ୍ୟ ସଂପାଦକ ଅଜୟ ନାୟକ

Published By : Prameya-News7 Bureau | April 13, 2024 IST

ଢେଙ୍କାନାଳ ୧୩।୪: ବିଜେପିରେ ମିଶିଲେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ନାୟକ । ବିଜେଡ଼ି ରାଜ୍ୟ ସମ୍ପାଦକ ଥିଲେ ଅଜୟ ନାୟକ । ଶନିବାର ବିଜେଡିରୁ ଅଜୟ ଇସ୍ତଫା ଦେଇଥିଲେ । ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ମାମୁଁ ଅଜୟ । ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିଲେ ଅଜୟ । 

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଲେ ଅଜୟ । ପୂର୍ବତନ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଦଳରେ ଯୋଗଦେଲେ ଅଜୟ ନାୟକ । ମିଶ୍ରଣ ପର୍ବରେ ଅନ୍ୟ ମାନଙ୍କ ମଧ୍ୟରେ ଭଦ୍ରକ ବିଜେପି ଲୋକସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ଧାମନଗର ବିଧାନସଭା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ, ଦଳର ରାଜ୍ୟ ଉପସଭାପତି ବିରଞ୍ଚି ତ୍ରିପାଠୀ, ବିଜେପି ରାଜ୍ୟ ସମ୍ପାଦକ ସରୋଜ କର ପ୍ରମୁଖ ଉପସ୍ଥିତ ଥିଲେ ।

You Can Read :

ବିଜେପିରେ ମିଶିଲେ ବିଜେଡି ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ

  • BJP
  • Elections 2024
  • Odisha assembly election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.