ସାଂଗଠନିକ ଟିମ୍ ପରେ ବିଜେଡିର ନୂଆ ଶୃଙ୍ଖଳା କମିଟି, ତାଲିକାରେ ରହିଛି ୭ ନେତାଙ୍କ ନାଁ

Published By : Prameya-News7 Bureau | May 22, 2025 IST

ଭୁବନେଶ୍ବର: ସାଂଗଠନିକ ଟିମ୍ ପରେ ଏବେ ନୂଆ ଶୃଙ୍ଖଳା କମିଟି ଗଠନ କରିଛି ବିଜୁ ଜନତା ଦଳ । ଏହି ଶୃଙ୍ଖଳା କମିଟିରେ ରହିଛି ୭ ଜଣକ ନାଁ। ସେମାନେ ହେଲେ ଦେବୀ ପ୍ରସାଦ ମିଶ୍ର, ପ୍ରଦୀପ କୁମାର ଅମାତ, ଚନ୍ଦ୍ରଶେଖର ସାହୁ, ରାଜଶ୍ରୀ ମଲ୍ଲୀକ, ସାରଦା ପ୍ରସନ୍ନ ଜେନା, ଶର୍ମିଷ୍ଠା ସେଠୀ, ଲୋପାମୁଦ୍ରା ବକ୍ସିପାତ୍ର।

ଉଲ୍ଲେଖଯୋଗ୍ୟ, ପୂର୍ବରୁ ମେ ୫ ତାରିଖରେ ଦଳ ଏହାର ନୂଆ ସାଂଗଠନିକ ଟିମ୍ ଗଠନ କରିଥିଲା। ଏଥିରେ ୧୫ ଉପସଭାପତି, ୨୦ ବରିଷ୍ଠ ସାଧାରଣ ସଂପାଦକ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ କରାଯାଇଛି। ସୁବାସ ସିଂଙ୍କୁ କୋଷାଧ୍ୟକ୍ଷ ଦାୟିତ୍ଵ ଦିଆଯାଇଛି। ଏସବୁ ପଦରେ ନେତାମାନଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତ କରିଛନ୍ତି। ପ୍ରଥମ ଥର ବିଜେଡିରେ ସଂଗଠନ ସାଂପାଦକ ପଦବୀ କରାଯାଇଛି।

ଏହା ପୂର୍ବରୁ ବିଜେଡିର ନୂଆ ସାଂଗଠନିକ ଟିମ୍ ଗଠନ ହୋଇଥିଲା। ଦଳରେ ୧୫ ଉପସଭାପତି, ୨୦ ବରିଷ୍ଠ ସାଧାରଣ ସଂପାଦକ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ କରାଯାଇଛି। ସୁବାସ ସିଂଙ୍କୁ କୋଷାଧ୍ୟକ୍ଷ ଦାୟିତ୍ଵ ଦିଆଯାଇଛି। ପ୍ରଥମ ଥର ବିଜେଡିରେ ସଂଗଠନ ସାଂପାଦକ ପଦବୀ କଟାଯାଇଛି।

୧୫  ଉପସଭାପତି

ଦେବୀ ମିଶ୍ରଙ୍କୁ ବରିଷ୍ଠ ଉପସଭାପତି(ମୁଖ୍ୟାଳୟ) ନିଯୁକ୍ତ କରାଯାଇଥିଲା। ବରିଷ୍ଠ ଉପସଭାପତି ଭାବେ ପ୍ରଫୁଲ୍ଲ ସାମଲ, ଉଷା ଦେବୀ, ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ଵ ମିଳିଛି। ଉପସଭାପତି ପ୍ରତାପ ଜେନାଙ୍କୁ ମଧ୍ୟ ମୁଖ୍ୟାଳୟ ଦାୟିତ୍ଵ ଦିଆଯାଇଛି। ଉପସଭାପତି ତାଲିକାରେ ଅତନୁ ସବ୍ୟସାଚୀ, ରାଜେନ୍ଦ୍ର ଢୋଲକିଆ, ସଞ୍ଜୟ ଦାସବର୍ମା, ରବି ନାରାୟଣ ନନ୍ଦ, ଅଶ୍ଵିନୀ କୁମାର ପାତ୍ର, ପ୍ରଣବ ପ୍ରକାଶ ଦାସ ଓ ସାରଦା ନାୟକଙ୍କ ନାଁ ସାମିଲ।

୨୦ ବରିଷ୍ଠ ସାଧାରଣ ସଂପାଦକ ଭାବେ କଳିକେଶ ନାରାୟଣ ସିଂ ଦେଓ, ପ୍ରୀତିରଞ୍ଜନ ଘଡ଼େଇ, ଟୁକୁନୀ ସାହୁ, ଦିବ୍ୟଶଙ୍କର ମିଶ୍ର, ଭୃଗୁ ବକ୍ସିପାତ୍ର, ପ୍ରଦୀପ ମାଝୀ, ଦେବେଶ ଆଚାର୍ଯ୍ୟ, ପୂର୍ଣ୍ଣଚନ୍ଦ୍ର ସ୍ଵାଇଁ, ବ୍ୟୋମକେଶ ରାୟ, ମାନସ ମଙ୍ଗରାଜ, ରାଜଶ୍ରୀ ମଲ୍ଲିକଙ୍କୁ ସ୍ଥାନ ମିଳିଛି। ୩୫ ସାଧାରଣ ସଂପାଦକ ତାଲିକାରେ ତୁଷାରକାନ୍ତି ବେହେରା, ସୌଭିକ ବିଶ୍ଵାଳ, ସାରଦା ଜେନା, ଶ୍ରୀମୟୀ ମିଶ୍ର, ସୁଲତା ଦେଓ, ଶୁଭାଶିଷ ଖୁଣ୍ଟିଆ,ଦୀପାଳି ଦାସ, ମନ୍ମଥ ରାଉତରାୟ ଆଦିଙ୍କୁ ସ୍ଥାନ ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.