Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗିରଫ ହେଲେ କନ୍ନଡ଼ ଅଭିନେତା ଚେତନ କୁମାର, ହିନ୍ଦୁ ଧର୍ମକୁ ନେଇ କରିଥିଲେ ବିବାଦୀୟ ପୋଷ୍ଟ୍‌
  • ||
  • ଖୋର୍ଦ୍ଧା : ଟ୍ରକକୁ ପଛରୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଧର୍ମଗଡ଼ : ବନୀକରଣ ନାଁରେ ଦୁର୍ନୀତି, ଜେଲ୍‌ ଗଲେ ଦୁଇ ପୂର୍ବତନ ବନ ଅଧିକାରୀ
  • ||
  • ମୁମ୍ବାଇ : କିରଣ ଖେର୍‌ କୋଭିଡ଼ ପଜିଟିଭ୍‌, ଟ୍ୱିଟ୍‌ ଜରିଆରେ ଲୋକଙ୍କୁ କଲେ ଖାସ୍‌ ଅପିଲ୍‌
  • ||
  • ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବର୍ଷା କମିବ, ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିବ
  • ||

ଅବସରପ୍ରାପ୍ତ ଅଫିସରଙ୍କ ନିଯୁକ୍ତି ନେଇ ବିଜେପି-ବିଜେଡି ମୁହାଁମୁହିଁ, ଅରୁଣ ସାହୁ କହିଲେ- ଗୋଟେ ଆଙ୍ଗୁଳି ଅନ୍ୟକୁ ଦେଖେଇଲେ ଚାରୋଟି ଆଙ୍ଗୁଳି ନିଜ ଆଡକୁ ଆସିବ

17/03/2023 at 1:29 PM

ଭୁବନେଶ୍ବର ୧୭।୩: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ପାଇଥିବା ଅବସରପ୍ରାପ୍ତ ଅଫିସରଙ୍କୁ ନେଇ ମୁହାଁମୁହିଁ ବିଜେପି-ବିଜେଡି । ଗୃହରେ ପ୍ରବଳ ହଟ୍ଟଗୋଳ ନାରବାଜି । ଶୂନ୍ୟକାଳରେ ସରକାରଙ୍କ ଉପରେ ପୁଣି ବର୍ଷିଲେ ବିରୋଧୀ ଦଳ ନେତା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ପାଇଥିବା ଅବସରପ୍ରାପ୍ତ ଅଫିସରଙ୍କ ପ୍ରସଙ୍ଗ ଉଠାଇଲେ ଜୟ ନାରାୟଣ । ଅସିତ ତ୍ରିପାଠୀ, ବାଲ କ୍ରିଷ୍ଣନ, ଉପେନ୍ଦ୍ର ତ୍ରିପାଠୀ, ପି କେ ମହାପାତ୍ର ଓ ଗୋପବନ୍ଧୁ ଦାସ । ଅବସର ପରେ ଏମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସ୍ଥାନରେ ତାଙ୍କୁ ପୁନଃ ନିଯୁକ୍ତି କରାଯାଇଛି ।

ଏପରିକି ମନୋଜ ମିଶ୍ର ଇସ୍ତଫା ଦେଲା ପରେ ମଧ୍ୟ ତାଙ୍କୁ ବି ସରକାରରେ ନିଯୁକ୍ତି ଦିଆଯାଇଛି ।  ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରିଟାୟାର୍ଡ ଅଫିସରଙ୍କ କ୍ଲବ୍ ପାଲଟିଛି । ଏଇଟା କଣ ମୋ ସରକାର, ଏଇଟା କଣ 5-T , ଏଇଟା କଣ ଏକ ବିଚାର ଧାରା । ରାଜ୍ୟରେ ନିଯୁକ୍ତି ମିଳୁ ନଥିବା ବେଳେ ଅବସରର ପ୍ରାପ୍ତ ଅଫିସରମାନଙ୍କୁ ଥଇଥାନ କରାଯାଉଛି । ଗୃହରେ ଏ ନେଇ ସରକାରଙ୍କ ପକ୍ଷରୁ ବିବୃତ୍ତି ରଖନ୍ତୁ ।

ଶୂନ୍ୟକାଳରେ ବିରୋଧୀ ଦଳ ନେତା ପୁଣି ରାଜ୍ୟ ସରକାରଙ୍କୁ କଲେ ଟାର୍ଗେଟ୍ ପରେ ଜବାବ ରଖିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ସେ କହିଛନ୍ତି, ଗୋଟେ ଆଙ୍ଗୁଳି ଅନ୍ୟକୁ ଦେଖେଇଲେ ଚାରୋଟି ଆଙ୍ଗୁଳି ନିଜ ଆଡକୁ ଆସିବ । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବୋଧ ହୁଏ, ବିରୋଧୀ ଦଳ ନେତାଙ୍କ କଳି ରହିଛି ସେଥିପାଇଁ ତାଙ୍କୁ ଅକଳରେ ପକାଇବାକୁ ଚେଷ୍ଟା କରୁଛନ୍ତି । ତାଙ୍କ ଅଫିସରେ କେତେ ଜଣ ଅବସରପ୍ରାପ୍ତ ଅଧିକାରୀ ଅଛନ୍ତି ବୋଲି ପ୍ରଶ୍ନ କଲେ ବିଜେଡି ବିଧାୟକ ଅରୁଣ ସାହୁ ।

ପ୍ରଧାନମନ୍ତ୍ରୀଙ୍କ ଅଫିସ ତଥା ସାଉଥ ବ୍ଲକରେ ଥିବା ଅବସରପ୍ରାପ୍ତ ଅଧିକାରୀଙ୍କୁ ନେଇ ପ୍ରଶ୍ନ କଲେ ଅରୁଣ । ଖୋଲା ମାର୍କେଟରୁ ଆରଏସଏସ କ୍ୟାର୍ଡରରୁ ଉଠାଯାଇ ଜଏଣ୍ଟ ସେକ୍ରେଟାରୀ ରଖାଯାଉଛି । ସମ୍ବିଧାନର କେଉଁଠି ଲେଖାଯାଇଛି ସେମାନଙ୍କୁ ରଖାଯାଇ ପାରିବନାହିଁ  । ବିଜେପି ଶାସିତ ରାଜ୍ୟରେ କେତେ କେତେ ଜଣ ଅଛନ୍ତି ହିସାବ କର ? ବିଧାନସଭାରେ ଯେଉଁ ଯେଉଁମାନେ ନାହାନ୍ତି, ସେମାନଙ୍କ ନାଁ ନେବା କଥା ନୁହେଁ । ଏହି ମାନସିକତା ପରିହାର କରନ୍ତୁ ବିରୋଧୀ । ଗୋଟେ ମାନସିକତା ନେଇ ବିଧାନସଭାକୁ ଆସୁଛନ୍ତି । ଏହି ବାଚାଳାମି କେତେ ଦିନ ଚାଲିବ ? ଜଣେ ମାନସିକ ରୋଗ ବିଶେଷଜ୍ଞ ଏହି ରୋଗର ନିରାକରଣ କରିପାରିବେ ।

ବିଜେଡି ବିଧାୟକ ଅରୁଣ ସାହୁଙ୍କ ମନ୍ତବ୍ୟ ପରେ ତାତିଲେ ବିଜେପି ସଦସ୍ୟ | ଗୃହ ମଧ୍ୟରେ ପ୍ରବଳ ହୋହଲ୍ଲା କରିଥିଲେ ବିରୋଧୀ । ଗୃହକୁ ୧୦ ମିନିଟ୍ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ ବାଚସ୍ପତି ।

   Related Posts