ମଙ୍ଗଳବାରଠୁ ବିଧାନସଭା ବଜେଟ୍ ଅଧିବେଶନ, ବାଚସ୍ପତି ଲୋଡ଼ିବେ ଶାସକ ଓ ବିରୋଧୀଙ୍କ ସହଯୋଗ

NEWS7
bjp-cartoon-trolls-by-netizens

ଭୁବନେଶ୍ୱର ୧୬/୦୨: ଆସନ୍ତାକାଲିଠାରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ । ଏଥିପାଇଁ ଆଜି ବସିବ ସର୍ବଦଳୀୟ ବୈଠକ । ଆଗାମୀ ବଜେଟ୍ ଅଧିବେଶନ ପାଇଁ ପୂର୍ବାହ୍ନ ୧୧ଟା ୩୦ରେ ସର୍ବଦଳୀୟ ବୈଠକ । ବିଧାନସଭାର କାର୍ଯ୍ୟସୂଚୀ ଉପରେ ବୈଠକରେ ଆଲୋଚନା କରାଯିବ। ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ।

ଉଭୟ ଶାସକ ଓ ବିରୋଧୀ ଦଳ ବିଧାୟକଙ୍କ ସହଯୋଗ ଲୋଡ଼ିବେ ବାଚସ୍ପତି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଧେୟକରେ ସମନ୍ୱୟ ରକ୍ଷା ପାଇଁ ହୋଇପାରେ ଆଲୋଚନା । ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ୍ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ । ୨୦ରେ ୨୦୨୬-୨୭ ବଜେଟ୍ ଆଗତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସୂଚନା ଥାଉକି, ଫେବୃୟାରୀ ୧୭ ରୁ ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ଯାଏଁ ଚାଲିବ ବଜେଟ ଅଧିବେଶନ। ବଜେଟ ଅଧିବେଶନରେ ମୋଟ ୨୮ ଟି କର୍ଯ୍ୟଦିବସ ରହିଛି। ରାଜ୍ୟପାଳଙ୍କ ଅଭିଭାଷଣ ରୁ ଗୃହକାର୍ଯ୍ୟ ଆରମ୍ଭ ହେବ। ଆସନ୍ତା ୨୦ ତାରିଖରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅନ୍ୟପଟେ ଆଜି ଉଭୟ ବିରୋଧୀ ବିଜେଡି ଏବଂ କଂଗ୍ରେସର ବି ବସିବ ବିଧାୟକ ଦଳ ବୈଠକ। ସରକାର୍ ଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିବେ ବିରୋଧୀ।