ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ୍, ୩୦ ହଜାର ଟଙ୍କା ଓ ଜଣେ ଜାମିନଦାର ବଦଳରେ ବେଲ୍

Published By : Prameya-News7 Bureau | July 09, 2025 IST

ଭୁବନେଶ୍ୱର ୦୯/୦୭: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ । ଜାମିନ ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟ । ଜାମିନ ଆବେଦନ ଶୁଣାଣୀ କରି ଜାମିନ ଦେଇଛନ୍ତି କୋର୍ଟ । ଜଣେ ଜାମିନ୍‌ଦାର ଓ ୩୦ ହଜାର ଟଙ୍କା ବଦଳରେ ମିଳିଛି ଜାମିନ୍ । ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ମାଡ଼ ମାରିବା ଘଟଣାରେ ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ମିଳିଛି । 

ସୂଚନା ଥାଉକି, ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫା ଲଗାଇଥିଲା ପୋଲିସ । ଦଫା ୩୩୩, ୧୨୧(୧), ୧୨୧(୨), ୩୫୧(୨), ୬୨ ଓ ୩୦୪ରେ ମାମଲା ରୁଜୁ କରାଯାଇଥିଲା । ଗତ ଗୁରୁବାର ରାତିରେ ସମର୍ଥକଙ୍କୁ ଧରି ଡିସିପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଜଗନ୍ନାଥ ପ୍ରଧାନ । ଆତ୍ମସମର୍ପଣ କଲା ପରେ କମିସନରେଟ ପୋଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା। ଆକ୍ରମଣ ପାଇଁ ଷଡଯନ୍ତ୍ର ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା । 

ଏହାପରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ୍‌ ନେଇଥିଲା । ସେଠାରେ ଜଗନ୍ନାଥ ପ୍ରଧାନଙ୍କର ଦୁଇ ଜଣ ଡାକ୍ତର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । ଶେଷରେ ଡାକ୍ତରଖାନାରୁ ଜଗନ୍ନାଥ ପ୍ରଧାନଙ୍କୁ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ତାଙ୍କର ଜାମିନକୁ ନାମଞ୍ଜୁର କରିଦେବା ପରେ ୧୪ଦିନ ପାଇଁ ବିଚାର ବିଭାଗୀୟ ଜେଲକୁ ଯାଇଥିଲେ ଜଗନ୍ନାଥ ପ୍ରଧାନ । 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.