oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ବିରୋଧ ଚେତାବନୀ ଦେଲା ବିଜେପି

6/11/2021 at 12:17 PM

ଭୁବନେଶ୍ବର ୬।୧୧: ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ଆଭିମୁଖ୍ୟ ଆହୁରି କଠୋର କରିଛି ବିଜେପି । ଏପରିକି ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ବିରୋଧ କରାଯିବ ବୋଲି କହିଛନ୍ତି ବିଜେପି ନେତା ।

ମମିତା ମେହେର ହତ୍ୟା ଘଟଣାରେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି ବିଜେପି ନେତା ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି, ମମିତା ମେହେର ହତ୍ୟା ଘଟଣା ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ପୃଷ୍ଠପୋଷକତାରେ ଘଟିଛି । ତେଣୁ ଦିବ୍ୟ ଶଙ୍କରଙ୍କୁ ମନ୍ତ୍ରୀ ମଣ୍ଡଳରୁ ବହିଷ୍କାର ସହ ଘଟଣାର ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେବା ନଯାଏଁ ବିଜେପି ଆନ୍ଦୋଳନ ଜାରି ରଖିବ ।

ଏହାସହ ୮ ତାରିଖ ଦିନ ୩୧୪ ବ୍ଲକରେ ଦିବ୍ୟ ଶଙ୍କର ମିଶ୍ରଙ୍କ କୁଶପୁତ୍ତଳିକା ଦାହ କରିବ ବିଜେପି । କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ବରଗଡ଼ ସାଂସଦ ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ବିଜେପି ସଭାପତି କନକ ବର୍ଦ୍ଧନ ସିଂହ ଦେଓଙ୍କ ନେତୃତ୍ବରେ କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରାଯିବ ବୋଲି କହିଛି ବିଜେପି ।

   Related Posts