oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ପାଟଣା ବିଜେଡି ତରଫରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ, ୧୦୬ ୟୁନିଟ ରକ୍ତ ସଂଗୃହୀତ

17/04/2022 at 8:27 PM

ପାଟଣା, ୧୭/୦୪: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ରବିବାର ପାଟଣା ମୁଖ୍ୟାଳୟ ସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ପରିସରରେ  ନିର୍ବାଚନ ମଣ୍ଡଳୀ ସ୍ତରୀୟ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ଏଥିରେ ମୋଟ ୧୦୬ ୟୁନିଟ ରକ୍ତ ସଂଗୃହୀତ ହୋଇଛି । ପାଟଣା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ଜଗନ୍ନାଥ ନାଏକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବିଜୁ ବାବୁଙ୍କ ଫୋଟଚିତ୍ରରେ ପୁଷ୍ପମାଲ୍ୟ ଦେଇ ରକ୍ତଦାନ ଶିବିରକୁ ଉଦ୍‌ଘାଟନ କରିଥିଲେ ।

କାର୍ଯ୍ୟକ୍ରମରେ ପାଟଣା ବ୍ଲକ ଅଧକ୍ଷା ଶୁକାନ୍ତି ନାଏକ, ସାହାରପଡା ବ୍ଲକ ଅଧକ୍ଷା ରୀନା ନାଏକ, ଜିଲ୍ଲାପରିଷଦ ସଭ୍ୟା ରୁନୁ ମହାନ୍ତ, ସୌଭାଗ୍ୟ ମଞ୍ଜରୀ ନାଏକ, ପ୍ରଫୁଲ କୁମାର ନାଏକ, ବୁଦ୍ଧଦେବ ମହାକୁଡ଼, ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ଭଞ୍ଜଦେଓ, ବ୍ଲକ ବିଜେଡି ସଭାପତି ମାଧବାନନ୍ଦ ପୃଷ୍ଟି, ପୂର୍ବତନ ପାଟଣା ବ୍ଲକ ଅଧକ୍ଷ ବିଶ୍ୱନାଥ ନାୟକ, ପୂର୍ବତନ ସାହାରପଡା ବ୍ଲକ ଅଧକ୍ଷା ରମ୍ଭା ବତୀ ଦେହୁରୀଙ୍କ ସମେତ  ବିଜେଡିର ବହୁ ଛାମୁଆ ନେତା ଯୋଗ ଦେଇଥିଲେ । ପାଟଣା ଆଞ୍ଚଳିକ ମହାବିଦ୍ୟାଳୟର ଏନସିସି ଛାତ୍ରଛାତ୍ରୀ କେନ୍ଦୁଝର ରକ୍ତଭଣ୍ଡାରର କର୍ମଚାରୀ ରକ୍ତଦାନ ଶିବିରରେ ସହଯୋଗ କରିଥିଲେ।

   Related Posts