ସୋଆ ଏନ୍‌ସିସି ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ରକ୍ତଦାନ ଶିବିର ଆୟୋଜିତ

Published By : Prameya-News7 Bureau | May 17, 2024 IST

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ଗୁରୁବାର ଦିନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । 

ଏହି ଶିବିରକୁ କଟକ ଏନ୍‌ସିସି ଗ୍ରୁପ୍ କମାଣ୍ଡର କର୍ଣ୍ଣେଲ୍ ସତ୍ୟବତ୍ର ସ୍ୱାଇଁ ଉଦ୍‌ଘାଟନ କରିଥିଲେ । ଏହି ଶିବିରରେ ସୋଆ ଏନ୍‌ସିସି କ୍ୟାଡେଟ୍ ମାନଙ୍କ ସମେତ ଛାତ୍ରଛାତ୍ରୀମାନେ ରକ୍ତଦାନ କରିଥିଲେ । ମୋଟ୍ ୧୦୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା । 

ଏହି ଶିବିରରେ ଆଇଟିଇଆର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ସୋଆ ଏନ୍‌ସିସିର ପ୍ରଫେସର ଇନ୍‌ଚାର୍ଜ ଡକ୍ଟର ସତୀଶ କୁମାର ସାମଲ, ଏନ୍‌ସିସି ବାଳିକା ୟୁନିଟ୍‌ର କେୟାର୍ ଟେକର୍ ଅଫିସର୍ (ସିଟିଓ) ଡକ୍ଟର ରିମା ସାହାଣୀ ପ୍ରମୁଖ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.