ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

Published By : Prameya-News7 Bureau | July 10, 2025 IST

କନ୍ଧମାଳ ୧୦।୭: ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । 

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା ବିନକି ମେଣ୍ଡି ଗାଁର ଜଣେ ୨୧ ବର୍ଷ ବୟସ୍କ ଯୁବକ ନିଖୋଜ ଥିବା ନେଇ ପରିବାର ଲୋକେ ଗୋଚ୍ଛାପଡ଼ା ଥାନାରେ ଲିଖିତ ଅଭିଯୋଗ କରିଥିଲେ l ଯୁବକ ଜଣକ ଗତ ୪ ତାରିଖ ଦିନ ସମ୍ପର୍କୀୟଙ୍କ ବାଇକ୍ ଧରି କଟ୍ରିଙ୍ଗିଆ ଯାଉଛି କହି ଯାଇ ଘରକୁ ଫେରିନଥିଲେ l ପରିବାରଲୋକଙ୍କୁ ୬ ତାରିଖ ଦିନ ଯୁବକଙ୍କ କିଛି ସାଙ୍ଗ ଖଜୁରୀପଡ଼ା ଥାନା ଅଞ୍ଚଳ ଗୁଦାରି ନିକଟରେ ଦୁର୍ଘଟଣା ହୋଇଥିବା ନେଇ ସୂଚନା ଦେଇଥିଲେ । ଖବର ପାଇ ପରିବାର ଲୋକେ ଦୁର୍ଘଟଣା ଘଟିଥିବା କହୁଥିବା ସ୍ଥାନକୁ ଯାଇ ଖୋଜାଖୋଜି କରିଥିଲେ କିନ୍ତୁ କୌଣସି ପତ୍ତା ପାଇନଥିଲେ । ପରେ ଫୁଲବାଣୀର ବିଭିନ୍ନ ଅଞ୍ଚଳରେ ଖୋଜାଖୋଜି କରିବା ସହ ନିଜର ସମ୍ପର୍କୀୟ, ବନ୍ଧୁବାନ୍ଧବଙ୍କ ଘରେ ମଧ୍ୟ ଖୋଜାଖୋଜି କରିଥିଲେ l କୌଣସି ସନ୍ଧାନ ନମିଳିବାରୁ ଗୋଚ୍ଛାପଡ଼ା ଥାନାରେ ଲିଖିତ ଅଭିଯୋଗ କରିଥିଲେ l ପୋଲିସ ନିଖୋଜ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା । ଗୁରୁବାର ତପନଙ୍କ ମୃତଦେହ ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ଠାବ ହୋଇଛି ।

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.