ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ବ୍ରଜରାଜନଗର ଉପନିର୍ବାଚନ : ୧୧ଟା ସୁଦ୍ଧା ୨୩ ପ୍ରତିଶତ ମତଦାନ

31/05/2022 at 11:38 AM

ଝାରସୁଗୁଡ଼ା ୩୧।୦୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜାରି ରହିଛି ମତଦାନ । ଦିନ ୧୧ ଟା ସୁଦ୍ଧା ୨୩ ପ୍ରତିଶତ ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଥିଲା ।

ଖବର ଅନୁଯାୟୀ, ମଙ୍ଗଳବାର ବ୍ରଜରାଜନଗର ଉପନିର୍ବାଚନ ଲାଗି ଜାରି ରହିଛି ମତଦାନ । ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଚାଲିବ ଭୋଟ୍ ଗ୍ରହଣ । ୧୧ ଜଣ ପ୍ରାର୍ଥୀଙ୍କୁ ଭୋଟ୍ ଦେବେ ୨ଲକ୍ଷ ୧୪ହଜାର ୮୭୮ ଭୋଟର। ଭୋଟ ଗ୍ରହଣ ପାଇଁ ୨୭୯ ବୁଥ ହୋଇଛି । ଏଥର ୬୦ଟି ବୁଥ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଥିବା ବେଳେ ସେସବୁ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଭିଡିଓଗ୍ରାଫି କରାଯାଉଛି । ଭୋଟ୍ ଗ୍ରହଣ ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ ହୋଇଛି । ଏଥର ବୁଥ୍‌ରେ କେନ୍ଦ୍ରୀୟ ସୁରକ୍ଷା ବାହିନୀର ଯବାନ ମୁତୟନ କରାଯାଇଛି ।

   Related Posts