ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ବ୍ରଜରାଜନଗର ଉପନିର୍ବାଚନ : ଦିନ ୧ଟା ସୁଦ୍ଧା ୪୮ ପ୍ରତିଶତ ମତଦାନ

31/05/2022 at 1:58 PM

ଝାରସୁଗୁଡ଼ା ୩୧।୦୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜାରି ରହିଛି ମତଦାନ । ଦିନ ୧ଟା ସୁଦ୍ଧା ୪୮ ପ୍ରତିଶତ ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଦିନ ୯ଟା ସୁଦ୍ଧା ୧୧ ପ୍ରତିଶତ ଏବଂ ଦିନ ୧୧ଟା ସୁଦ୍ଧା ୨୩ ପ୍ରତିଶତ ମତଦାନ ହୋଇଥିଲା ।

ଖବର ଅନୁଯାୟୀ, ମଙ୍ଗଳବାର ବ୍ରଜରାଜନଗର ଉପନିର୍ବାଚନ ଲାଗି ଜାରି ରହିଛି ମତଦାନ । ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଚାଲିବ ଭୋଟ୍ ଗ୍ରହଣ । ୧୧ ଜଣ ପ୍ରାର୍ଥୀଙ୍କୁ ଭୋଟ୍ ଦେବେ ୨ଲକ୍ଷ ୧୪ହଜାର ୮୭୮ ଭୋଟର। ଭୋଟ ଗ୍ରହଣ ପାଇଁ ୨୭୯ ବୁଥ ହୋଇଛି । ଏଥର ୬୦ଟି ବୁଥ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଥିବା ବେଳେ ସେସବୁ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଭିଡିଓଗ୍ରାଫି କରାଯାଉଛି । ଭୋଟ୍ ଗ୍ରହଣ ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ ହୋଇଛି । ଏଥର ବୁଥ୍‌ରେ କେନ୍ଦ୍ରୀୟ ସୁରକ୍ଷା ବାହିନୀର ଯବାନ ମୁତୟନ କରାଯାଇଛି ।

   Related Posts