ପାରିବାରିକ କଳହରୁ ଭାଇକୁ ହାଣିଲା ଭାଇ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

Published By : Prameya-News7 Bureau | October 20, 2022 IST

ଯାଜପୁର,୨୦ /୧୦: ପାରିବାରିକ କଳହକୁ କେନ୍ଦ୍ର କରି ଭାଇକୁ କୋଦାଳରେ ହାଣିଲା ଭାଇ। ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଦୁଦୁରାଅନ୍ତା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗ୍ରାମର ସନ୍ତୋଷ ସେଠିଙ୍କ ଆକ୍ରମଣରେ ଭାଇ ସୁରେଶ ଗୁରୁତର ହୋଇଥିବା ଜଣାପଡ଼ିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଯାଜପୁର ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ମଙ୍ଗଳପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.