ଚଣ୍ଡିଖୋଲ: ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ମର୍ମନ୍ତୁଦ ଦୁର୍ଘଟଣା। ବଡ଼ଚଣା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନଂ-୧୬ କଡେଇ ଛକ ନିକଟରେ ବସ୍ ଦୁର୍ଘଟଣା ହୋଇଛି । ଏହି ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ବଡ଼ଚଣ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁଯାୟୀ, କଲିକତାରୁ ସାମୋଲି ଟ୍ରାଭେଲ୍ସର ଏକ ବସ୍ ପୁରୀ ଅଭିମୁଖେ ଯାଉଥିଲା । ବଡ଼ଚଣା କଡେଇ ଛକ ନିକଟରେ ଏକ କୋଇଲା ବୋଝେଇ ଟ୍ରକ ସହ ଧକ୍କା ହୋଇଥିଲା । ଫଳରେ ବସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । କିଛି ଗୁରୁତରଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବସରେ ମୋଟ୍ ୫୦ରୁ ଅଧିକ ଯାତ୍ରୀ ଥିବା କୁହାଯାଉଛି । ବଡ଼ଚଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର ଯାଞ୍ଚ କରୁଛି ।