ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଝାରସୁଗୁଡା : ଝାରସୁଗୁଡାରେ ୬ଟିକିଆ ହାତୀ ପଲ, ଜଗିଛନ୍ତି ବନ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ୍
  • ||
  • ପାଟଣା : ହଷ୍ଟେଲରେ ପଶି ୫ମ ଶ୍ରେଣୀ ଛାତ୍ରୀଙ୍କୁ ଟଣାଓଟରା କଲେ ଯୁବକ, ଫାଟକରେ ତାଲା ପକାଇଲେ ଅଭିଭାବକ
  • ||
  • ଜଳେଶ୍ବର : ମହିଳାଙ୍କୁ କମେଣ୍ଟ ମାରି ଯୁବକ ହଟହଟା : ଚପଲରେ ମାଡ ଖାଇଲେ, କାନ ଧରି ଉଠବସ୍ ହେଲେ
  • ||
  • ସୁବର୍ଣ୍ଣପୁର : ବନ୍ଧାହେଲା ଦୁଇ ଲୁଟେରା, ଡିକି ଭାଙ୍ଗି ଲୁଟି ନେଇଥିଲେ ୨ ଲକ୍ଷ ଟଙ୍କା
  • ||
  • ବଲାଙ୍ଗୀର : କୋଚିଂ ସେଣ୍ଟରରେ ଚାଲିଥିଲା ନକଲି ସାର୍ଟିଫିକେଟ୍ ତିଆରି, ୮ ଅଭିଯୁକ୍ତ ଅଟକ
  • ||
  • ଭୁବନେଶ୍ବର : କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ଏନ୍‌ଏଚ୍‌ ୫୫ କାମ ତୁରନ୍ତ ସାରିବାକୁ ଅନୁରୋଧ
  • ||
  • ଦେବଗଡ : ବନ୍ଦ ଘରେ ପଡିଛି ରକ୍ତ ଜୁଡୁବୁଡୁ ମୃତଦେହ, ହନୁମାନ ଟଙ୍କା କାରବାରରେ ଗତବର୍ଷ ଧରାପଡିଥିଲେ ମୃତକ
  • ||
  • ବାରଙ୍ଗ : ପେଟରୁ ଅଣ୍ଡା କାଢିବା ବେଳେ ଆଖିବୁଜିଲା ଧଳା ମୟୁର
  • ||
  • ଟିଟିଲାଗଡ : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା’ ଆତ୍ମହତ୍ୟା ?
  • ||
  • ବାଲିଗୁଡା: ନୀଳ ଜହରର ହବ୍ ପାଲଟିଛି ବାଲିଗୁଡା, ଦୁଇ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ
  • ||

ଭାରସାମ୍ୟ ହରାଇ ଓଲଟିଲା ବସ୍‌, ରାଇରଙ୍ଗପୁରରୁ ଆସୁଥିଲା ଭୁବନେଶ୍ୱର

13/03/2023 at 7:18 AM

ବାରିପଦା ୧୩।୦୩ : ଓଲଟିଲା ଯାତ୍ରୀବାହି ବସ୍‌ । ଏହି ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମୟୁରଭଞ୍ଜ ଜିଲ୍ଲା କୃଷ୍ଣଚନ୍ଦ୍ରପୁର ପ୍ଲାଏ ଓଭରବ୍ରିଜ୍‌ ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲା ଇନ୍ଦ୍ରାଣୀ ନାମକ ଏକ ଯାତ୍ରୀବାହି ବସ୍‌ । ବିଳମ୍ବିତ ରାତି ୧୨ ଟା ୩୦ମିନିଟ୍‌ ସମୟରେ ୧୮ ନମ୍ବର ଜାତୀୟ ରାଜପଥ ପ୍ଲାଏଁ ଓଭର ନିକଟରେ ବସ୍‌ର ଚକ କୌଣସି କାରଣ ଫାଟିଯାଇଥିଲା । ଯାହାଫଳରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଏହି ଦୁର୍ଘଟଣା ଥିବା କିଛି ଯାତ୍ରୀ ଆହତ ହୋଇଥିବା ବେଳେ ବସ୍‌ ତଳେ ଜଣେ ଚାପି ହୋଇ ରହିଥିବାର ସୂଚନା ମିଳିଛି ।

ସେପଟେ ଦୁର୍ଘଟଣା ସଂପର୍କରେ ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲା । ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ୱପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

   Related Posts