ଓଲଟିଲା ଯାତ୍ରୀବାହୀ ବସ୍‌, ଗାଡିରେ ଥିଲେ ୪୫ ଯାତ୍ରୀ

Published By : Prameya-News7 Bureau | December 05, 2022 IST

ତେଲକୋଇ ୦୫।୧୨:  ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌ । ଗାଡିରେ ଥିବା ୪୫ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି । କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା କୁଆଁର ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ଖବର ଅନୁଯାୟୀ, ସୋମବାର ସକାଳୁ  ଅମ୍ବା ନାମକ ଏକ ଯାତ୍ରାବାହୀ ବସ୍‌ କେନ୍ଦୁଝରକୁ ଯାତ୍ରୀ ନେଇ ଆସୁଥିଲା । ହେଲେ ବସ୍‌ଟି କୁଆଁର ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ସୁରକ୍ଷା ବାଡ଼ ଭାଙ୍ଗି ଓଲଟିପଡିଥିଲା। ଫଳରେ ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରେ ୧୦ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କିଛି ଯାତ୍ରୀଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

ସେପଟେ କାଞ୍ଜିପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବସ୍‌ରେ  ୪୫ଜଣ ଯାତ୍ରୀ ଯାଉଥିଲେ । ସେମାନଙ୍କ ମଧ୍ୟ ଅନେକ ଯାତ୍ରୀ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତି ଯାଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.