Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ରାସ୍ତାକଡ଼କୁ ଖସିଲା ‘ଲିଙ୍ଗରାଜ’, ବସ୍‌ରେ ଥିଲେ ୨୦ରୁ ଅଧିକ ଯାତ୍ରୀ…

3/07/2022 at 10:34 AM

ଖୋର୍ଦ୍ଧା ୦୩।୦୭ : ରାସ୍ତାକଡ଼କୁ ଖସିଲା ଯାତ୍ରାବାହୀ ବସ୍‌ । ଖୋର୍ଦ୍ଧା-ବାଘମାରୀ ସିମୋର ରାସ୍ତାରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରୁ ଖସିପଡିଛି । ଯାହାଫଳରେ ବସ୍‌ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ୨୦ ରୁ ଅଧିକ ଯାତ୍ରୀ ନେଇ ବାଙ୍କୀରୁ ଭୁବନେଶ୍ୱର ଯାଉଥିବା ବେଳେ ଘରୋଇ ବସ୍ ଲିଙ୍ଗରାଜ । ହେଲେ ଖୋର୍ଦ୍ଧା ସିମୋର ଛକ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିଯାଇଥିଲା । ଯାହାଫଳରେ କି ଗାଡିରେ ଥିବା ଯାତ୍ରୀମାନେ ଫସିରହିଥିଲେ । ସ୍ଥାନୀୟଲୋକେ ଏହା ଦେଖି ତୁରନ୍ତ ବସ୍‌ରେ ଥିବା ଯାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ କରିଥିଲେ । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା । ଆହତମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

   Related Posts