Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ

26/09/2022 at 7:37 AM

ମୋହନା ୨୬।୦୯:  ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ । ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ । ଗଜପତି ଜିଲ୍ଲା ମୋହନା ନିକଟ ରାଇସିଂ ଘାଟିରେ ଘରୋଇ ବସ୍ କାମଧେନୁ ଦୁର୍ଘଟଣl ଗ୍ରସ୍ତ ହୋଇଛି । ମୋହନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

ଖବର ଅନୁଯାୟୀ, ବସଟି ରାୟଗଡ଼ା ଜିଲ୍ଲା ମୁନିଗୁଡାରୁ ବ୍ରହ୍ମପୁର ଯିବାବେଳେ ଏହି ଦୁର୍ଘଟଣା ଘଟିଛି। ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବସଟି ଭାରସାମ୍ୟ ହରାଇ ରାଇସିଂ ଗାଟିରେ ରାସ୍ତା କଡ଼କୁ ଓଲଟି ପଡିଥିବା ଜଣାପଡିଛି । ରାତି ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି । ଘନ କୁହୁଡି ଓ ଡ୍ରାଇଭରଙ୍କ ଅସାବଧାନତା ଯୋଗୁଁ ଦୁର୍ଘଟଣା ଘଟିଥିବା ଯାତ୍ରୀ ମାନେ ଅଭିଯୋଗ କରିଛନ୍ତି । ମୋହନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ଅନ୍ୟ ବସ୍ ରେ ଗନ୍ତବ୍ୟ ସ୍ଥଳକୁ ପଠାଇଛନ୍ତି l ତେବେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବସରେ ବସିଥିବା ୨୪ ଯାତ୍ରୀ।

   Related Posts