ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ଡିଭାଇଡରରେ ପିଟି ହେଲା ବସ୍‌, ଗାଡ଼ିରେ ଥିଲେ ୨୦ରୁ ଅଧିକ ଯାତ୍ରୀ

30/01/2023 at 9:09 AM

ନୟାଗଡ଼ ୩୦।୦୧ : ଡିଭାଇଡରରେ ପିଟିହୋଇ ଜଳିଗଲା ବସ୍‌ । ଅଳ୍ପକେ ବର୍ତ୍ତିଲେ ୨୦ରୁ ଅଧିକ ଯାତ୍ରୀ । ହେଲେ ତିନିଜଣ ସାମାନ୍ୟ ଆହତ ହୋଇଛନ୍ତି । ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ବାଣିଗୋଛା ଥାନା ଫାଲପାଜୁ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ଖବର ଅନୁଯାୟୀ, ଟାଙ୍ଗି ନିକଟ କୁହୁଡି ସାଇ ସେବାସଦନରୁ ଚିକିତ୍ସିତ ହୋଇ ବୌଦ୍ଧ ଜିଲ୍ଲା ହରଭଙ୍ଗା ଅଞ୍ଚଳକୁ ଫେରୁଥିଲେ ରୋଗୀ  । ସାଇସେବାସଦନରେ ବିଭିନ୍ନ ପ୍ରକାରର ଅପରେସନ୍ ହୋଇ ଏହି ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନେ ଘରକୁ ଫେରୁଥିଲେ । ବସଟି ବାଣିଗୋଛାର ୨ କିମି ପୂର୍ବରୁ କୈଣସି କାରଣରୁ ଡିଭାଇଡରରେ ଚଢିଯାଇଥିଲା । ଯାହାଫଳରେ ଲୋକମାନେ ଭୟଭୀତ ହୋଇ ଗାଡିରୁ ଓହ୍ଲାଇ ପଡିଥିଲେ । ଏହାପରେ ଗାଡିଟି ଜଳିଯାଇଥିଲା ।

ସ୍ଥାନୀୟ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ମେଡିକାଲ ପଠାଇଥିଲା । ଦଶପଲ୍ଲା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ବସଟି ପ୍ରାୟ ଜଳିଯାଇଥିଲା । ବସ୍‌ ଡ୍ରାଇଭର ଏବଂ ହେଲପର୍ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ପୋଲିସ ସୂଚନା ଦେଇଛି । ଆହତମାନେ ପ୍ରାଥମିକ ଚିକିତ୍ସା ପରେ ଘରକୁ ଫେରିଛନ୍ତି ।

   Related Posts