suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ

27/03/2023 at 7:22 AM

ରାଉରକେଲା ୨୭।୦୩ : ରାଉରକେଲା ଚାନ୍ଦିପୋଷରେ ଦୁର୍ଘଟଣା । ହାଇଓ୍ୱାକୁ ପିଟିଲା ବସ୍‌ । ଯେଉଁଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରୁ ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା ‘ପ୍ରଭା’ ନାମକ  ଏକ ଯାତ୍ରୀବାହୀ ବସ୍‌ । ହେଲେ ଚାନ୍ଦିପୋଷ ନିକଟରେ ବସ୍‌ ନିୟନ୍ତ୍ରଣ ହରାଇ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ୍‌ ହାଇଓ୍ୱାକୁ ପଛପଟୁ ପଟିଥିଲା । ଯାହାଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ଜେପି ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି ।

ତେବେ ମୃତକଙ୍କ ମଧ୍ୟରେ ଜଣେ ମହିଳା ଯାତ୍ରୀ ଥିବା ବେଳେ ଆଉ ଜଣେ ବସ୍‌ ମାଲିକ ବୋଲି ଜଣାପଡିଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts