ଗଛରେ ପିଟିହେଲା ସ୍କୁଲ ବସ୍, ୧୫ ଛାତ୍ରଛାତ୍ରୀ ଆହତ
11/01/2023 at 12:22 PM

ଉମରକୋଟ ୧୧।୦୧ : ସ୍କୁଲ ବସ୍ ଦୁର୍ଘଟଣାଗ୍ରସ୍ତ । ୧୫ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ସ୍କୁଲ ବସ୍ଟି ପିଲାଙ୍କୁ ନେଇ ଚନ୍ଦାହାଣ୍ଡିରୁ ଫଟିକି ଆଦର୍ଶ ବିଦ୍ୟାଳୟ ଯାଉଥିଲେ । ମୋହରା ଗାଁ ନିକଟରେ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହୋଇଥିଲା । ଯାହାଫଳରେ ବସ୍ରେ ବସିଥିବା ପ୍ରାୟ ୧୫ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ଚନ୍ଦାହାଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି । ତେବେ ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି ।
Related Posts
ବୁଦ୍ଧଖୋଲ ମହୋତ୍ସବ ଉଦଯାପିତ; ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ
30 January 2023
ବିଦ୍ୟୁତ୍ ଆଘାତରେ ରାଜମିସ୍ତ୍ରୀଙ୍କ ମୃତ୍ୟୁ
30 January 2023
ନୀଳଗିରି ରାସ୍ତାରେ ବୁଲୁଛି ଭାଲୁ; ଭୟଭୀତ ସ୍ଥାନୀୟ ଲୋକେ
30 January 2023