ହାଇଓ୍ୱାକୁ ପିଟିଲା 'ଅଜୟ', ବସ୍‌ରେ ଥିଲେ ୪୦ରୁ ଅଧିକ ଯାତ୍ରୀ

Published By : Prameya-News7 Bureau | August 13, 2023 IST

ଚଣ୍ଡିଖୋଲ ୧୩।୦୮:  ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ । ଯାଜପୁର ୧୬ ନମ୍ବର ଜାତୀୟ ରାଜପଥ ସାରୋଇ ଛକ ନିକଟରେ ଘଟିଛି ଦୁର୍ଘଟଣା । ଏହି ଦୁର୍ଘଟଣାରେ ୭ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

{"id":830315,"sizeSlug":"full","linkDestination":"none"}

ଖବର ଅନୁଯାୟୀ, ଯାଜପୁର ୧୬ ନମ୍ବର ଜାତୀୟ ରାଜପଥ ସାରୋଇ ଛକ ନିକଟରେ ହାଇୱା ଗାଡିକୁ ପଛପଟୁ ଧକ୍କା ଦେଇ ଭାରସାମ୍ୟ ହରାଇ ଡିଭାଇଡର ଉପରେ ବସ୍ ('ଅଜୟ') ଚଢି ଯାଇଥିଲା । ଭୁବନେଶ୍ଵରରୁ ଏକ ଘରୋଇ ବସ ୪୦ରୁ ଉର୍ଦ୍ଧ ଯାତ୍ରୀଙ୍କୁ ନେଇ ବାଲେଶ୍ବର ଅଭିମୁଖେ ଯାଉଥିବା ବେଳେ ଦିନ ପ୍ରାୟ ୧୨ଟା ସମୟରେ ଦୁର୍ଘଟଣା ଘଟିଛି ।

ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଚଣ୍ଡିଖୋଲ ଦମକଳ ବାହିନୀ ଘଟଣା ସ୍ଥଳରେ ପହଂଚି ଆହତଙ୍କୁ ଧର୍ମଶାଳା ଓ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଘଟଣା ସ୍ଥଳରେ ଧର୍ମଶାଳା ପୋଲିସ ପହଂଚି ତଦନ୍ତ ଚଳାଇଛି । ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଅନେକ ଯାତ୍ରୀ।

wp:embed {"url":"https://www.prameyanews7.com/amazing-health-benefits-of-eating-red-lady-finger/","type":"wp-embed","providerNameSlug":"prameya-news-7"}
https://www.prameyanews7.com/amazing-health-benefits-of-eating-red-lady-finger/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.