LIVE TV
LIVE TV

ରାଜ୍ୟରେ ବଢିଲା ଜାଡ଼ କମିଲା ରାତି ତାପମାତ୍ରା, ଥରୁଛି ଦାରିଙ୍ଗବାଡି

NEWS7
can-you-bring-back-daughter-grandson-bengaluru-metro-pillar-collapse

ଭୁବନେଶ୍ୱର ୦୪/୧୨: ଆଜିଠାରୁ ପୁଣି ବଢ଼ିଲା ଥଣ୍ଡା । ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିଛି। ଶନିବାର ଯାଏ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି।

ମଙ୍ଗଳବାର ରାତିରେ ଜି. ଉଦୟଗିରି, ଦାରିଙ୍ଗବାଡ଼ି, ଚିପିଲିମା, ଫୁଲବାଣୀ, ବୌଦ୍ଧ ଓ ଓ ସୋନପୁର ଭଳି ସ୍ଥାନର ରାତି ତାପମାତ୍ରା ଖସିଛି। ଦିନକରେ ଜି. ଉଦୟଗିରିରେ ପାରଦ ପ୍ରାୟ ୫ ଡିଗ୍ରୀ କମିଛି। ଦାରିଙ୍ଗିବାଡ଼ିରେ ପ୍ରାୟ ୨.୫ ଡିଗ୍ରୀ, ଫୁଲବାଣୀରେ ୧.୫ ଡିଗ୍ରୀ, ଭୁବନେଶ୍ଵରରେ୪ ଡିଗ୍ରୀ, କଟକରେ ୩ ଡିଗ୍ରୀ ଖସିଯାଇଛି ପାରଦ। ଆଗକୁ ଶୀତ ବଢ଼ିବା ସହ କୁହୁଡ଼ି ବି ବଢ଼ିବ । ଆଗାମୀ ୪ ଦିନରେ ପାରଦ ୪ ଡିଗ୍ରୀ କମିଯିବ । 

ଆଗାମୀ ୪ ଦିନରେ ପାରଦ ୪ ଡିଗ୍ରୀ କମିଯିବ । ଆସନ୍ତା ୭ ତାରିଖ ରାତିରେ ମଧ୍ୟ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶା ଓ କେନ୍ଦ୍ରୀୟ ଓଡ଼ିଶାରେ ରାତି ତାପମାତ୍ରା ଆଉ ୧ ଡିଗ୍ରୀ କମିପାରେ । କିନ୍ତୁ ୮ ତାରିଖ ରାତିରେ ବହୁ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧ରୁ ୨ ଡିଗ୍ରୀ ବଢ଼ିବ । ୯ ତାରିଖରୁ ପୁଣି ତାପମାତ୍ରା ଖସିବ ଓ ଶୀତ ଜାରି ରହିବ । ୫ ଓ ୯ ତାରିଖରେ ଘନ କୁହୁଡ଼ି ଦେଖାଦେବ ବୋଲି ସେ ପୂର୍ବାନୁମାନ କରିଛନ୍ତି ।

ପାଣିପାଗ କେନ୍ଦ୍ରର ଆକଳନ କହୁଛି, ଆସନ୍ତା ଦୁଇ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିପାରେ। ଗୁରୁବାର ଫୁଲବାଣୀ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ରାଉରକେଲା, ସୁନ୍ଦରଗଡ଼, ନବରଙ୍ଗପୁର, କୋରାପୁଟ, କେନ୍ଦୁଝରରେ ରାତି ତାପମାତ୍ରା କମ୍ ରହିବ । ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗିର ଓ ସୋନପୁରରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ।

ଜି. ଉଦୟଗିରିରେ ରାତି ତାପମାତ୍ରା ସବୁଠୁ କମ୍ ବା ୯.୮ ଡିଗ୍ରୀ ରହିଥିଲା । ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ, ଚିପିଲିମାରେ ୧୧.୭, ଫୁଲବାଣୀରେ ୧୨, ଝାରସୁଗୁଡ଼ାରେ ୧୨.୧, ରାଉରକେଲାରେ ୧୨.୨, କିରେଇ ଓ କେନ୍ଦୁଝରରେ ୧୩.୨, ଢେଙ୍କାନାଳ, ଭଦ୍ରକ ଓ ସୁନ୍ଦରଗଡ଼ରେ ୧୪, ନବରଙ୍ଗପୁରରେ ୧୪.୨, ସିମିଳିଗୁଡ଼ାରେ ୧୪.୫ ଡିଗ୍ରୀ ରେକର୍ଡ ହୋଇଛି ।

କଟକରେ ୧୪.୮ ଓ ଭୁବନେଶ୍ୱରରେ ୧୬.୪ ଡିଗ୍ରୀ ରେକର୍ଡ ହୋଇଛି । ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୧.୪ ଡିଗ୍ରୀ କମ୍ ଥିଲା । ଦକ୍ଷିଣ ବଙ୍ଗୋପସାଗରରେ ଥିବା ବାତ୍ୟା ‘ଡିଟୱା’ ଦୁର୍ବଳ ହୋଇ ଗଭୀର ଅବପାତ ଓ ଏବେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ମେଘୁଆ ପାଗ ରହୁଥିଲା