ନୂଆଦିଲ୍ଲୀ ୦୧/୦୨: ବଜେଟ୍ରେ ଏଥର ବଡ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ ସେ କୃଷକ, ମହିଳା, ଯୁବଗୋଷ୍ଠୀଙ୍କୁ ଗୁରୁତ୍ୱ ଦେବା ସହ ଶିକ୍ଷା ଓ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଗୁରୁତ୍ବ ଦିଆଯାଇଛି। ଦେଶରେ ପ୍ରାଥମିକ ସ୍ତରରୁ ସ୍ୱାସ୍ଥ୍ୟ ଓ ଶିକ୍ଷଶ ଉପରେ ଗୁରୁତ୍ୱ ଦେଇଛନ୍ତି ମୋଦୀ ସରକାର।
ସକ୍ଷମ ଅଙ୍ଗନବାଡି ଯୋଜନା ଦ୍ୱାରା ୮ କୋଟି ପିଲା ଉପକୃତ ହେବେ । ଏହାସହ ୧ କୋଟି ଗର୍ଭବତୀ ମହିଳା, ୨୦ ଲକ୍ଷ ଅପପୁଷ୍ଟି ପିଲା ଉପକୃତ ହେବେ । ଏହାସହ ଶିକ୍ଷା ବ୍ୟବସ୍ଥାରେ ବିପ୍ଳବ ଆଣିବାକୁ ପ୍ରତି ହାଇସ୍କୁଲରେ ଡିଜିଟାଲ ବ୍ୟବସ୍ଥା କରାଯିବ। ସବୁ ସ୍କୁଲକୁ ବ୍ରଡବ୍ୟାଣ୍ଡ ସୁବିଧା ଯୋଗାଇ ଦିଆଯିବ।
ବଜେଟରେ ବଡ଼ ଘୋଷଣା, ଆସନ୍ତା ସପ୍ତାହରେ ଆସିବ ନୂଆ ଆୟକର ଆଇନ୍
ଦେଶରେ ସ୍ବାସ୍ଥ୍ୟସେବାର ଅଗ୍ରଗତି ପାଇଁ ୧୦ ବର୍ଷରେ ମେଡିକାଲ ସିଟ୍ ୧.୧ ଲକ୍ଷ ବୃଦ୍ଧି କରାଯିବ। ସବୁ ଜିଲ୍ଲାରେ କ୍ୟାନ୍ସର ହସ୍ପିଟାଲ୍ ପ୍ରତିଷ୍ଠା କରାଯିବ। ଆବଶ୍ୟକ ଡାକ୍ତର ରହିବେ । ଆସନ୍ତା ୩ ବର୍ଷରେ ଲକ୍ଷ୍ୟ ପୂରଣ କରାଯିବ ବୋଲି କହିଛନ୍ତି ସୀତାରମଣ।