ରାଉରକେଲାରେ ବିମାନ ଦୁର୍ଘଟଣାଗ୍ରସ୍ତ, ଯାତ୍ରା କରୁଥିଲେ ପାଇଲଟଙ୍କ ସମେତ ୬ ଜଣ

NEWS7
cant-work-overtime-air-india-pilot-wrote-a-letter-to-tata-management

ରାଉରକେଲା ୧୦।୦୧ : ରାଉରକେଲାରେ ଘଟିଲା ଅଘଟଣ । ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଜରୁରୀ ଅବତରଣ ବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହାଫଳରେ ପାଇଲଟଙ୍କ ସମେତ ୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା ଏକ ଛୋଟ ବିମାନ । ଯେଉଁଥିରେ ପାଇଲଟ ସମେତ ୯ ଜଣ ଯାତ୍ରୀ ଯାତ୍ରା କରୁଥିଲେ । ଦକ୍ଷିଣ ରାଉରକେଲା ଆକାଶରେ ବିମାନଟି ଉଡୁଥିବା ବେଳେ ହଠାତ୍‌ ଯାନ୍ତ୍ରୀକି ତ୍ରୁଟି ଦେଖିବାକୁ ମିଳିଥିଲା । ଏହାପରେ ପାଇଲଟ ତୁରନ୍ତ ବିମାନକୁ ଏମରଜେନ୍ସି ଲାଣ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ଏମରଜେନ୍ସି ଲାଣ୍ଡିଂ ବେଳେ ହଠାତ୍‌ ବିମାନଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ପାଇଲଟ ସମେତ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ତେବେ ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ଆହତ ଯାତ୍ରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରୁ ପ୍ରାଥମିକ ଚିକିତ୍ସା ପରେ ରାଉରକେଲା ଇସ୍ପାତ ଜେନେରାଲ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।