oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଅଗଷ୍ଟ ୧୮ରୁ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହେବା ସମ୍ଭାବନା

16/08/2022 at 7:14 PM

ଭୁବନେଶ୍ୱର, ୧୬/୦୮: ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଅକ୍ଟୋବର ୧୮ ତାରିଖରେ ରାଜ୍ୟର ଉପକୂଳବର୍ତ୍ତୀ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିସହ ଏହାର ଗୋଟିଏ ଦିନ ପରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ଥିବା ମଙ୍ଗଳବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଅଗଷ୍ଟ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ସ୍ଥିର ରହିବା ସହ ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ ଆଡକୁ ମୁହାଁଇବ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି ।

ଏହାର ପ୍ରଭାବରେ ଅଗଷ୍ଟ ୧୮ ତାରିଖ ସୁଦ୍ଧା ଓଡ଼ିଶା ଉପକୂଳ ଏବଂ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ଉତ୍ତର ଓଡ଼ିଶା ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ନୟାଗଡ଼, କନ୍ଧମାଳ ଏବଂ ଅନୁଗୁଳ ଭଳି ଜିଲ୍ଲା ଗୁଡ଼ିକରେ ଲଘୁଚାପର ପ୍ରଭାବ ରହିବ । ସେହିପରି ଅଗଷ୍ଟ ୧୯ ତାରିଖ ରାତିରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯଥା କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ବରଗଡ଼, ସମ୍ବଲପୁର, ସୋନ୍‌ପୁର, ବୌଦ୍ଦ ଏବଂ ଝାରସୁଗୁଡାରେ ପ୍ରବଳ ବର୍ଷା ହେବ ବୋଲି ବୁଲେଟିନ୍‌ରେ କୁହାଯାଇଛି ।
ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଏବଂ ମହାନଦୀର ଅପର ଏବଂ ଲୋୟର କ୍ୟାଚ୍‌ମେଂଟ, ବୈତରଣୀ ଓ ବ୍ରାହ୍ମଣୀ ନଦୀରେ ଅଗଷ୍ଟ ୧୯ ତାରିଖ ରାତିରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଛତିଶଗଡ଼ରେ ଅଗଷ୍ଟ ୧୯ ତାରିଖ ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ସମୟରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବର୍ଷାର ପରିମାଣ ଅଗଷ୍ଟ ୨୧ ତାରିଖରୁ କମିବାର ସମ୍ଭାବନା ରହିଛି ବୋଲି ସିଇସି ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts