AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ସୋମବାର ପଦ୍ମପୁର ଉପନିର୍ବାଚନ : ବୁଥ୍‌ରେ ପହଞ୍ଚିସାରିଲେଣି ପୋଲିଂ ପାର୍ଟି, ବାହାର ଲୋକଙ୍କୁ ଜିଲ୍ଲା ଛାଡିବାକୁ ନିର୍ଦ୍ଦେଶ- ମୁଖ୍ୟ ନିର୍ବାଚନ ଅଧିକାରୀ

4/12/2022 at 2:44 PM

ଭୁବନେଶ୍ୱର ୦୪।୧୨: ସୋମବାର ପଦମପୁର ଉପନିର୍ବାଚନ । ପ୍ରସ୍ତୁତି ନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନି । ବୁଥରେ ପହଞ୍ଚି ସାରିଲେଣି ପୋଲିଂ ପାର୍ଟି । ଏବେ ସାଇଲେଣ୍ଟ ପିରିୟଡ ଚାଲିଛି । ବାହାର ଲୋକଙ୍କୁ ଜିଲ୍ଲା ଛାଡ଼ି ଚାଲିଯିବାକୁ ଦିଆଯାଇଛି ନିର୍ଦ୍ଦେଶ । କେହି ରହିଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ । ‘ଏକଜିଟ୍ ଓ ଓପିନିଅନ ପୋଲ୍ ଉପରେ ଆସନ୍ତାକାଲି ସଂଧ୍ୟା ସାଢେ ୬ଟା ପର୍ଯ୍ୟନ୍ତ ନିଷେଧାଦେଶ ଲାଗିଛି ।

ସେହିପରି ଯଦି କୌଣସି ଇଭିଏମରେ ତ୍ରୁଟି ଆସିଲେ ଅଧଘଣ୍ଟା ଭିତରେ ଏହାକୁ ପରିବର୍ତ୍ତନ କରାଯିବ । ମୋଟ୍ ୩୧୯ ବୁଥ୍ ମଧ୍ୟରୁ ୩୦୬ଟିର ନାମ ବଦଳିଛି । ୧୫ଟି ମଡେଲ ବୁଥ, ୬ପିଙ୍କ୍ ବୁଥର ବ୍ୟବସ୍ଥା ହୋଇଛି। ୭୯ ସମ୍ବେଦନଶୀଳ ବୁଥ ଉପରେ ନଜର ରଖାଯାଇଛି । ୧୨୦ ବୁଥରେ ଓ୍ୱେବକାଷ୍ଟିଂ, ୬୭ ବୁଥରେ ସିସିଟିଭିରେ ନଜର ରଖାଯିବ । ୨ ଲକ୍ଷ ୫୭ ହଜାରରୁ ଅଧିକ ଭୋଟର ଆସନ୍ତାକାଲି ମତ ସାବ୍ୟସ୍ତ କରିବେ । ୧୨ପ୍ରକାର କାର୍ଡ ମଧ୍ୟରୁ ଯେକୌଣସି ଗୋଟିଏ ଦେଖାଇ ଭୋଟ ଦେଇପାରିବେ ମତଦାତା । ଭିନ୍ନକ୍ଷମ ଭୋଟରଙ୍କ ମତଦାନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୋଟ୍ ଦିନ ସଂପୃକ୍ତ ଅଞ୍ଚଳ ପାଇଁ ସରକାରୀ ଛୁଟି ଘୋଷଣା ହୋଇସାରିଛି । ସକାଳ ୭ରୁ ଅପରାହ୍ନ ୪ଟା ଯାଏଁ ମତଦାନ କରିପାରିବେ । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏଥିପାଇଁ ୧୪୧୩ ଜଣ ପୋଲିସ କର୍ମଚାରୀ, ୯ କମ୍ପାନୀ ସିଆରପିଏଫ ନିୟୋଜିତ ହୋଇଛନ୍ତି ।

   Related Posts