ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ, ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ

Published By : Prameya-News7 Bureau | August 04, 2023 IST

ଭୁବନେଶ୍ୱର ୦୪/୦୮: ଆଜିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ରାତି ୧୦ଟା ୪୦ମିନିଟରେ ଭୁବନେଶ୍ବରରେ ପହଞ୍ଚିବେ ଶାହ। ଶନିବାର ଦିନ ୧୧ଟାରୁ ୧୨ଟା ଯାଏଁ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ । ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ସାମିଲ ହେବେ କେନ୍ଦ୍ର ଗୃହମନ୍ତ୍ରୀ ।

ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତ୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧ ଦ୍ବାର ବୈଠକ କରିବେ । ଭୁବନେଶ୍ବର ଛାଡ଼ିବା ପୂର୍ବରୁ ସଂଧ୍ୟା ୬ଟାରେ ବିମାନ ବନ୍ଦର ଲାଉଞ୍ଜରେ ମଧ୍ୟ ଅମିତ ଶାହା ଦଳୀୟ କର୍ମକର୍ତ୍ତାଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି । ସୂଚନା ଥାଉକି, ଶୁକ୍ରବାରଠୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।

ପ୍ରଥମେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି । ଏହାପରେ ହେବାକୁ ଥିବା ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ । ଦଳୀୟ କାର୍ଯ୍ୟକ୍ରମରେ ରାଜ୍ୟ ବିଜେପିର ବରିଷ୍ଠ ନେତୃବୃନ୍ଦ ଯୋଗଦେବେ । ସେଥିରେ ଆଗାମୀ ୨୦୨୪ ନିର୍ବାଚନରେ ଦଳୀୟ ରଣନୀତି ନେଇ ଆଲୋଚନା କରାଯିବ ।

wp:embed {"url":"https://www.prameyanews7.com/taras-reaction-to-amit-shahs-visit/","type":"wp-embed","providerNameSlug":"prameya-news-7"}
https://www.prameyanews7.com/taras-reaction-to-amit-shahs-visit/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.