ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ
14/03/2023 at 11:14 AM

ବ୍ରହ୍ମପୁର ୧୪।୩: ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ଯାତ୍ରା ଆରମ୍ଭ ହୋଇଛି । ଆଜି ହେଉଛି ଚୈତ୍ର ଯାତ୍ରାର ପ୍ରଥମ ମଙ୍ଗଳବାର । ଆଉ ଏଥିପାଇଁ ସକାଳୁ ସକାଳୁ ମା’ଙ୍କୁ ଦର୍ଶନ କରିବା ନିମନ୍ତେ ଭକ୍ତଙ୍କ ଲମ୍ବା ଧାଡି ଦେଖିବାକୁ ମିଳିଛି । ଚୈତ୍ର ଯାତ୍ରା ସମୟରେ ମା’ଙ୍କୁ ଦର୍ଶନ କଲେ ସମସ୍ତ ପ୍ରକାରର ମନୋସ୍କାମନା ପୂର୍ଣ୍ଣ ହୁଏ ବୋଲି ଭକ୍ତଙ୍କ ଅତୁଟ ବିଶ୍ବାସ ରହିଛି ।