ଫେବୃଆରୀ ୨୪ ତାରିଖ, ଶନିବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Published By : Prameya-News7 Bureau | February 24, 2024 IST

ମେଷ – କୃଷ୍ଣ ପକ୍ଷ ପଞ୍ଚମ ଚନ୍ଦ୍ର ଯୋଗୁଁ ଦିନଟି ଆପଣଙ୍କ ସପକ୍ଷରେ ରହିବ ନାହିଁ । ଅନ୍ୟକୁ ସାହାଯ୍ୟ କରି ଅସୁବିଧାରେ ପଡ଼ିପାରନ୍ତି । ସମୟ ସହିତ ତାଳ ଦେଇ ଚାଲିବାକୁ ଚେଷ୍ଟା କରନ୍ତୁ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ମଧ୍ୟମ ଫଳ ଦେବ ।

ବୃଷ– ବନ୍ଧୁ ଓ ପରିବାର ବର୍ଗଙ୍କ ସହ ସମୟ ଅତିବାହିତ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି । ବ୍ୟବସାୟରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ମାନସିକ ସ୍ତରରେ କିଛି ମାତ୍ରାରେ ଦ୍ୱେଷ ଦେଖା ଦେବ ।

ମିଥୁନ– ରାଜ ସମ୍ମାନ ପ୍ରାପ୍ତି ହେବ । କାର୍ଯ୍ୟ କ୍ଷେତ୍ରରେ ନିଜକୁ ବ୍ୟସ୍ତ ରଖିବେ। ଅଟକିଥିବା କାର୍ଯ୍ୟ ପୁନଃ ଆରମ୍ଭ କରିବେ । ଛାତ୍ରଛାତ୍ରୀମାନେ ନିଜ କାର୍ଯ୍ୟରେ ମନୋନିବେଶ କରିବେ । ଦମ୍ପତ୍ତିମାନଙ୍କ ପାଇଁ ଦିନଟି ବ୍ୟସ୍ତ ବହୁଳ ରହିବ ।

କର୍କଟ– ଦିନଟି ମଧ୍ୟମ ଫଳ ଦେବ । କୁଚିନ୍ତା ମନରୁ ଦୂରୀଭୂତ କରନ୍ତୁ । ଧନ ଲାଭର ସଂଯୋଗ ରହିଛି ।ଖର୍ଚ୍ଚ ମଧ୍ୟ ଅଧିକ ହୋଇପାରେ । ଛାତ୍ର ଛାତ୍ରୀମାନେ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ ।

ସିଂହ– ଭାଗ୍ୟ ଆପଣଙ୍କ ସାଥ୍‌ ଦେବ । ଶ୍ରୀ ଚନ୍ଦ୍ର ରହିଥିବାରୁ ଧନ ପ୍ରାପ୍ତି ଯୋଗ ରହିଛି । ବୈବାହିକ ସମ୍ପର୍କରେ ମନୋମାଳିନ୍ୟ ଦେଖାଦେଇପାରେ । ଅଯଥା ଖର୍ଚ୍ଚରୁ ନିଜକୁ ବଞ୍ଚାଇବାକୁ ଚେଷ୍ଟା କରନ୍ତୁ । ବିଦ୍ୟାର୍ଥୀମାନେ ଆଶାୟୀ ହେବେ ।

କନ୍ୟା– କିଛି ମାନସିକ ସମସ୍ୟା ଦେଖାଦେଇପାରେ । ମନୋବଳ ଦୃଢ଼ ରହିବ । କାର୍ଯ୍ୟରେ ସଫଳତା ବିଳମ୍ବରେ ମିଳିବ । ବିଦ୍ୟାର୍ଥୀମାନେ ପାଠରେ ମନୋନିବେଶ କରିବେ । ପରିବାରରେ ମନୋମାଳିନ୍ୟା ଲାଗି ରହିବ ।

ତୁଳା– କାର୍ଯ୍ୟ କ୍ଷେତ୍ରରେ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି । ଆର୍ଥିକ ସ୍ଥିତି ଦୁର୍ବଳ ହେବ । ବନ୍ଧୁମାନଙ୍କ ସହଯୋଗ ମିଳିବ । ପରିବାରରେ ଚାଲିଥିବା ସମସ୍ୟାର ସମାଧାନ ହୋଇଯିବ । ସେବା ପୂଜାରେ ମନୋନିବେଶ କରିବେ ।

ବିଛା– ଶରୀରରେ ପୀଡ଼ା ଅନୁଭବ କରିବେ । ବିରୋଧୀମାନେ ହଇରାଣ କରିବାକୁ ପ୍ରୟାସ କରିବେ । କର୍ମ କ୍ଷେତ୍ରରେ ସାବଧାନତା ଅବଲମ୍ବନ କରନ୍ତୁ । ଆର୍ଥିକ ଅନଟନ ଦେଖା ଦେଇପାରେ । ବିଦ୍ୟାର୍ଥୀମାନେ ଅବହେଳିତ ହେବେ ।

ଧନୁ– ଶରୀରରେ କ୍ଳାନ୍ତି ଅନୁଭବ କରିପାରନ୍ତି । ଇଚ୍ଛା କରିଥିବା ଜିନିଷ ପ୍ରାପ୍ତ କରିପାରନ୍ତି । ମନ-ଧ୍ୟାନ ଦେଇ କାର୍ଯ୍ୟ କଲେ ନିଶ୍ଚୟ ସଫଳତା ମିଳିବ । ବିଦେଶ ଯାତ୍ରାର ଯୋଗ ରହିଛି । ଛାତ୍ର ଛାତ୍ରୀମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ।

ମକର– ଦୁଃସାହସ କରି ଅସୁବିଧାରେ ପଡ଼ିପାରନ୍ତି । ଦିନରେ କିଛି ବାଧା ବିଘ୍ନ ଦେଖା ଦେଇପାରେ । କରିଥିବା ଆର୍ଥିକ ଯୋଜନାରୁ ଲାଭ ପ୍ରାପ୍ତ ହେବ । ବିଦ୍ୟାର୍ଥୀମାନେ ପାଠରେ ମନୋନିବେଶ କରିବେ ନାହିଁ । ବ୍ୟବସାୟରେ ମଧ୍ୟମ ଫଳ ମିଳିବ ।

କୁମ୍ଭ– ବିବିଧ ପ୍ରକାର ସୁଖ ପ୍ରାପ୍ତି କରିବେ । ଆଲୋଚନାମୂଳକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଚାକିରିରେ ପଦୋନ୍ନତି ଘଟିବ ।ବ୍ୟବସାୟରେ ଅଧିକ ଅର୍ଥ ଲାଭର ଯୋଗ ରହିଛି । ମାନ-ସମ୍ମାନ ମିଳିବ । ଭାବିଚିନ୍ତି କାର୍ଯ୍ୟ ନିଷ୍ପତ୍ତି ନିଅନ୍ତୁ ।

ମୀନ– ଦିନଟି ଆପଣଙ୍କୁ ମଧ୍ୟମ ଫଳ ଦେବ । ନିର୍ଣ୍ଣୟ ଆପଣଙ୍କ ପକ୍ଷରେ ରହିବ । ସାମାନ୍ୟ ମାନସିକ ଅଶାନ୍ତି ଦେଖାଦେବ । କିନ୍ତୁ ନିଜ ନିୟନ୍ତ୍ରଣ ଯୋଗୁଁ ତାହା ଆପଣ ସମାଧାନ କରିବାକୁ ସକ୍ଷମ ହେବେ । କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ ।

wp:paragraph {"align":"center"}

ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ, ଯାଜପୁର, ଯୋଗାଯୋଗ – 8249826682

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.