ମେଷ- ପରିଶ୍ରମର ଫଳ ନିଶ୍ଚିନ୍ତ ପ୍ରାପ୍ତି ହେବ। ନିଜ କର୍ମକୁ ନେଇ ଅଧିକ ବ୍ୟସ୍ତରେ ରହିବେ। ମୁଣ୍ଡ ବିନ୍ଧା ଭଳି ରୋଗ ଦେଖା ଦେଇପାରେ। ଦମ୍ପତିଙ୍କ ପାଇଁ ଦିନଟି ବହୁତ ଶୁଭ ରହିଛି। ଛାତ୍ରଛାତ୍ରୀଙ୍କ ପାଇଁ ପରିଶ୍ରମ ନେଇ ଫଳ ପ୍ରାପ୍ତି।
ବୃଷ- ମନରେ କିଛି ନୂଆ କରିବାର ଇଚ୍ଛା ଜାଗ୍ରତ ହେବ। ଜରୁରୀ ବସ୍ତୁ କ୍ରୟ କରିବେ। ପ୍ରେମ ସମ୍ପର୍କରେ ଅନେକ ଖୁସି ଲାଭ କରିପାରନ୍ତି। ଅଣ୍ଟା ବ୍ୟଥା ଭଳି କିଛି ସମସ୍ୟା ଦେଖା ଦେଇପାରେ।
ମିଥୁନ- ପରିବାର ଲୋକଙ୍କ ସହିତ କିଛି ବିଶେଷ ମୁହୂର୍ତ୍ତ ଅତିବାହିତ କରିପାରନ୍ତି। ବନ୍ଧୁମାନଙ୍କ ସହ ଆମୋଦ ପ୍ରମୋଦରେ ଦିନଟି କାଟିବ। ବ୍ୟବସାୟୀମାନଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି। ଲାଭ ଯୋଗ ଅଛି। ଛାତ୍ରଛାତ୍ରୀମାନେ ନିଜର ଲୁଚିଥିବା ପ୍ରତିଭାକୁ ସାମ୍ନାକୁ ଆଣିବେ।
କର୍କଟ- ନୂଆ ଚାକିରି ପ୍ରାପ୍ତ ହୋଇପାରେ। କେହି ନିଜ କର୍ମରୁ ହଟି ଅନ୍ୟ କର୍ମ କରିବା ପାଇଁ ବାଧ୍ୟ କରିପାରନ୍ତି। ସତର୍କ ରୁହନ୍ତୁ। ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ବ୍ୟବସାୟ ମଧ୍ୟମ ଫଳ ମିଳିବ।
ସିଂହ- ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି। ଭୂମି କ୍ରୟ କରିବେ। ବ୍ୟବସାୟରେ ସୁଫଳ ମିଳିବ। ଅଳଙ୍କାର କ୍ରୟ କରିପାରନ୍ତି। ଛାତ୍ରଛାତ୍ରୀମାନଙ୍କର ପାଠରେ ମନ ଲାଗିବ ନାହିଁ। ପ୍ରେମ ସମ୍ପର୍କରେ ନିଜକୁ ଭାଗ୍ୟଶାଳୀ ମନେ କରିବେ । ଶନି ଆପଣଙ୍କର ମଙ୍ଗଳ କରିବେ।
କନ୍ୟା- ନିଜକୁ ଭାଗ୍ୟବାନ ମନେ କରିବେ। ସର୍ବ କାର୍ଯ୍ୟରେ ଉନ୍ନତି ଘଟିବ। ସ୍ବାସ୍ଥ୍ୟ ସମସ୍ୟାର ସଂପୂର୍ଣ୍ଣ ନିରାକରଣ ହେବ। ପରିବାରରେ ହସ ଖୁସିର ମହୋଲ ଲାଗି ରହିବ। ବ୍ୟବସାୟରେ ଅନେକ ଲାଭ ଯୋଗ ରହିଛି। ବିଦ୍ୟାର୍ଥୀମାନେ ସଫଳତା ପ୍ରାପ୍ତ କରିବେ ।
ତୁଳା- ଦିନଟି ସଫଳତାର ସହ ସଂପୂର୍ଣ୍ଣ ହେବ। ପରୋପକାର କରି ଖୁସି ଅନୁଭବ କରିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଛାତ୍ରଛାତ୍ରୀମାନେ କୃତ କାର୍ଯ୍ୟ ହେବେ। ଦମ୍ପତିମାନେ ଆଲୋଚନା କରି କିଛି ନୂଆ କାର୍ଯ୍ୟ କରିବେ।
ବିଛା- କାର୍ଯ୍ୟ କ୍ଷେତ୍ରରେ ଅଶାନ୍ତି ଦେଖା ଦେଇପାରେ। ସୁଖ ହାନି ଘଟିପାରେ। ଅନେକ କାର୍ଯ୍ୟ ଏକ ସହ ଆସି ପହଞ୍ଚିବା ଯୋଗୁ ନିଜକୁ ଚିନ୍ତିତ ମାନେ କରିପାରନ୍ତି। ମାଲି ମୋକଦ୍ଦମାରେ ଜୟଯୁକ୍ତ ହେବେ। ବ୍ୟବସାୟ ମଧ୍ୟମ ଫଳ ଦେବ।
ଧନୁ- କିଛି ଘଟଣା ଆପଣଙ୍କୁ ଆଶ୍ଚର୍ଯ୍ୟ କରିପାରେ। ବନ୍ଧୁ ଆପଣଙ୍କ ଘରକୁ ଆସିପାରନ୍ତି। ବାକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବ୍ୟବସାୟରେ ସଫଳତା ମିଳିବ। ମହିଳାମାନେ ଗୃହ କାର୍ଯ୍ୟରେ ଅଧିକ ମନୋନିବେଶ କରିବେ।
ମକର- ଚିନ୍ତା କରିଥିବା ବିଷୟରେ ପରିବର୍ତ୍ତନ ଆଣିପାରନ୍ତି। ଅହଙ୍କାରର ବଶବର୍ତ୍ତୀ ହୋଇ କିଛି ଭୁଲ ନିଷ୍ପତ୍ତି ନେବେ। ଅଳ୍ପ କିଛି ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଭାଙ୍ଗିଥିବା ସମ୍ପର୍କ ଯୋଡ଼ି ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଛାତ୍ରଛାତ୍ରୀମାନେ ନୂତନ ଚିନ୍ତାଧାରାର ବଶବର୍ତ୍ତୀ ହେବେ ।
କୁମ୍ଭ- ସହ କର୍ମୀଙ୍କ ସହ ବିଶେଷ ଆଲୋଚନା କରିବେ। ବ୍ୟବସାୟରେ ବିଶେଷ ଭଲ ଫଳ ପ୍ରାପ୍ତି ହେବ । ପତିପତ୍ନୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି। ସ୍ବାସ୍ଥ୍ୟ ସଂପୂର୍ଣ୍ଣ ସୁସ୍ଥ ରହିବ। ଛାତ୍ରଛାତ୍ରୀମାନେ ଭବିଷ୍ୟତ ଚିନ୍ତାରେ ରହିବେ ।
ମୀନ- ସବୁ କର୍ମରେ ସଂପୂର୍ଣ୍ଣ ଯୋଗଦାନ ଦେବେ। ଅନେକ ବାଧାବିଘ୍ନର ସାମ୍ନା କରିବାକୁ ପଡ଼ିବ। ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟମ ଫଳ ପ୍ରାପ୍ତ ହେବ। ଉଚ୍ଚ ପଦବୀ ମିଳିବାର ଯୋଗ ଅଛି। ଦମ୍ପତିମାନେ ଖୁସିରେ ଦିନଟି କାଟିବେ।
ଜ୍ୟୋତିର୍ବିଦ ସିଦ୍ଧାର୍ଥ ଶେଖର ନାୟକ
ଯୋଗାଯୋଗ- 8249826682