ମାଲକାନଗିରି ୦୯/୦୬: ଛତିଶଗଡ଼ର ସୁକମା ଜିଲ୍ଲାର କୋଣ୍ଟା ଅଞ୍ଚଳରେ ଆଇଇଡି ବିସ୍ଫୋରଣ । ନକ୍ସଲଙ୍କ ଦ୍ୱାରା କରାଯାଇଥିବା ଆଇଇଡି ବିସ୍ଫୋରଣରେ ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେ ସହିଦ । ଘଟଣା ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା । କିନ୍ତୁ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା ।
ଆକାଶ ରାଓ ଗିରପୁଞ୍ଜେଙ୍କ ସହିଦ ହେବା ପରେ ସମଗ୍ର ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି । ବିସ୍ଫୋରଣରେ କୋଣ୍ଟା ପୋଲିସ ଷ୍ଟେସନ ଇନଚାର୍ଜ (ଟିଆଇ) ଓ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି । ଏବେ ସେମାନଙ୍କ ଚିକିତ୍ସା ଚାଲିଛି। ପୋଲିସ ଦଳ ପାଟ୍ରୋଲିଂରେ ବାହାରିବା ବେଳେ କୋଣ୍ଟା ପୋଲିସ ଷ୍ଟେସନ ଅଞ୍ଚଳରେ ଏହି ଘଟଣା ଘଟିଛି। ପୋଲିସ ଏବଂ ସୁରକ୍ଷା ବାହିନୀ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି।