ଭୁବନେଶ୍ବର ୨୩।୧: ବୈଦ୍ୟୁତିକ ଗଣମାଧ୍ୟମ ସାମ୍ବାଦିକା ଦିବଂଗତ ଶିଲା ପଟ୍ଟନାୟକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ଘୋଷଣା କରିଛନ୍ତି । ଦୁର୍ଘଟଣାରେ ମୃତ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଦିଆଯିବ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏ ନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରିଛନ୍ତି ।
ସିଏମ୍ଓ ଓଡ଼ିଶା ପକ୍ଷରୁ ‘ଏକ୍ସ’ରେ ଲେଖାଯାଇଛି ଯେ, ବୈଦ୍ୟୁତିକ ଗଣମାଧ୍ୟମ ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ପ୍ରାଣହାନି ଘଟଣା ଅତ୍ୟନ୍ତ ଦୁଃଖଦାୟକ ଥିଲା । ନିଚ୍ଛକ ସମ୍ବାଦ ପରିବେଷଣ ଏବଂ ଦାୟିତ୍ବସମ୍ପନ୍ନ ସାମ୍ବାଦିକା ଭାବେ ତାଙ୍କ ଅବଦାନ ପ୍ରତି ସମ୍ମାନ ଜଣାଇବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF)ରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ବୈଦ୍ୟୁତିକ ଗଣମାଧ୍ୟମ ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ପ୍ରାଣହାନି ଘଟଣା ଅତ୍ୟନ୍ତ ଦୁଃଖଦାୟକ ଥିଲା। ନିଚ୍ଛକ ସମ୍ବାଦ ପରିବେଷଣ ଏବଂ ଦାୟିତ୍ବସମ୍ପନ୍ନ ସାମ୍ବାଦିକା ଭାବେ ତାଙ୍କ ଅବଦାନ ପ୍ରତି ସମ୍ମାନ ଜଣାଇବା ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ…
— CMO Odisha (@CMO_Odisha) January 23, 2026
