ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା; ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

Published By : Prameya-News7 Bureau | June 30, 2023 IST

ଭୁବନେଶ୍ୱର ୩୦/୦୬: ସୋମବାର ଭୋର୍ ସମୟରେ ନବରଙ୍ଗପୁର ଜିଲ୍ଲା ଝରିଗାଁ ଉମରକୋଟ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହିତ ମୃତକଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ଏହା ସହିତ ନବୀନ ଶୋକସନ୍ତପ୍ତ  ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଅନ୍ୟପଟେ ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.