ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ତାତିରେ ଆଉଟୁ ପାଉଟୁ ରାଜ୍ୟ । ଖରାର ପ୍ରକୋପରେ ବର୍ତ୍ତିବା ମୁସ୍କିଲ୍ । ଆଉ ଏହି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା । ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଗଣଶିକ୍ଷା ବିଭାଗର ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ।

Also Read...ଟ୍ରାନ୍ସଜେଣ୍ଡର କଲ୍ୟାଣ ବୋର୍ଡ ପୁନଃଗଠିତ, ମାତ୍ର ୨ ଦିନରେ ବଦଳିଗଲା ନିଷ୍ପତ୍ତି

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।