ଭୁବନେଶ୍ବର ୨୦।୨: ରାଜ୍ୟ ବଜେଟ୍ ୨୦୨୬-୨୭ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବଜେଟ୍ ୨୦୨୬-୨୭ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା ହୋଇଛି । ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ । ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ । ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ ।

ଏ ଖବର ବି ପଢ଼ନ୍ତୁ:- ଶ୍ରୀଜଗନ୍ନାଥ ମନ୍ଦିରକୁ ଦାନ ପାଇଁ ‘ସମର୍ପଣ’, ବଜେଟରେ ଅନଲାଇନ୍ ଦାନ ପ୍ଲାଟଫର୍ମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଜେଟ୍ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳା ସଶକ୍ତିକରଣ ଅଧୀନରେ ଆମ ସରକାରଙ୍କ ଏକ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଝିଅ ସ୍ନାତକ ପର୍ଯ୍ୟନ୍ତ ଶିକ୍ଷା ସମାପ୍ତ କରିବା । ଏହି ଉଦ୍ଦେଶ୍ୟ ପାଇଁ, 'ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ' ନାମରେ ଏକ ନୂତନ ଯୋଜନା ଆରମ୍ଭ କରିବାକୁ ପ୍ରସ୍ତାବ ଦିଆଯାଇଛି । ଯାହା ଆର୍ଥିକ ଦୁର୍ବଳ ବର୍ଗର ପରିବାରରେ ଜନ୍ମ ହୋଇଥିବା ଝିଅଙ୍କ ନାମରେ ୨୦ ହଜାର ଟଙ୍କାର ଏକ ସଞ୍ଚୟ ଉପକରଣ ସୃଷ୍ଟି କରାଯିବ । ସ୍ନାତକ ସମାପ୍ତ କରିବା ପରେ ତାଙ୍କୁ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଏ ଖବର ବି ପଢ଼ନ୍ତୁ:- ବଜେଟରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କ୍ଷେତ୍ରର ଶୁଭାରମ୍ଭ