krs-728-90-banner (1)
krs-728-90-banner (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ବୈଦେଶ୍ୱର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୫୦ କୋଟି ଟଙ୍କା ମଞ୍ଜୁର

21/11/2023 at 10:31 PM

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପଟି ହେଉଛି –  ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ।

ସୂଚନାଯୋଗ୍ୟ, ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ  5T ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କଟକ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି  ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବସ୍ତିବାସିନ୍ଦାଙ୍କୁ ମିଳିଲା ନୂଆ ଠିକଣା, ସୁଲଭ ବାସଗୃହ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଏହାଦ୍ବାରା ତିନୋଟି ବ୍ଲକ୍‌ର ଲୋକ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ବିଶେଷ ସହାୟକ ହେବ । ବୈଦେଶ୍ବର ପ୍ରକଳ୍ପ ଦ୍ବାରା ବଡମ୍ବା, ବାଙ୍କୀ ଓ ଭାପୁର ବ୍ଲକ୍‌ର ଜନସାଧାରଣ ଉପକୃତ ହେବେ।

   Related Posts