LIVE TV

ପୋଲ ତଳକୁ ଖସିଲା ବସ୍, ଗାଡ଼ିରେ ଥିଲେ ୨୦ରୁ ଅଧିକ ଯାତ୍ରୀ

NEWS7
chief-minister-inaugurates-conversion-program-in-dhenkanal-district-through-video-conferencing

ସୋନପୁର ୨୫।୧୧ : ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍‌ । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୋନପୁର ଜିଲ୍ଲା ବିନିକା ଥାନା ସିଙ୍ଗିଯୁବା ପୋଲ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ଖବର ଅନୁଯାୟୀ, ଏକାଧିକ ଯାତ୍ରୀଙ୍କୁ ନେଇ ବସ୍‌ଟି ଭୁବନେଶ୍ୱରରୁ ପଦ୍ମପୁର ଫେରୁଥିଲା । ହେଲେ ବସ୍‌ଟି ସୋନପୁର ଜିଲ୍ଲା ବିନିକା ଥାନା ସିଙ୍ଗିଯୁବା ପୋଲ ନିକଟରେ ଭାରସାମ୍ୟ ହରାଇ ଖସିପଡିଥିଲା । ଯାହାଫଳରେ ବସ୍‌ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ବିନିକା ମେଡିକାଲରେ ଭର୍ତ୍ତି କରାଯାଇଛି । ଏବେ ବି ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।