scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

NMIMS ବିଶ୍ଵ ବିଦ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

7/12/2023 at 10:12 PM

ଭୁବନେଶ୍ବର: ଓଡ଼ିଶାରେ ଶିକ୍ଷା ବିକାଶର ନୂତନ ଯୁଗ । ଓଡ଼ିଶାରେ ଖୋଲିବ ଅନ୍ତର୍ଜାତୀୟମାନର ବିଶ୍ବବିଦ୍ୟାଳୟ NMIMS । ବିଶ୍ବବିଦ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା ଇନଫୋଭ୍ୟାଲିଠାରେ ନର୍ସି ମୋଞ୍ଜି ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାନେଜମେଣ୍ଟ ଷ୍ଟଡ଼ିଜ୍ ବା NMIMS ବିଶ୍ବବିଦ୍ୟାଳୟ ବର୍ଷକ ମଧ୍ୟରେ ପାଠପଢା ଆରମ୍ଭ କରିବ । ଯୁବ ଗୋଷ୍ଠୀ ଆମ ଶକ୍ତି ଏବଂ ଭବିଷ୍ୟତ । ଏହି ଅନ୍ତର୍ଜାତିୟମାନର ଶିକ୍ଷା କ୍ୟାମ୍ପସ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୁମିକା ତୁଲାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Also read-କଲାମ ଦ୍ଵୀପରୁ ଅଗ୍ନି-୧ର ସଫଳ ପରୀକ୍ଷଣ, ୧୨୦୦ କି.ମି. ଯାଏଁ ରହିଛି ଲକ୍ଷ୍ୟଭେଦ କ୍ଷମତା

ବିଶ୍ବବିଦ୍ୟାଳୟ NMIMS ଗୁଣାତ୍ମକ ଶିକ୍ଷାର ଲକ୍ଷ୍ୟ ରଖିଛି । ଉଚ୍ଚ ଶିକ୍ଷା କ୍ଷେତ୍ରାରେ  NMIMS ଶିକ୍ଷାନୁଷ୍ଠାନ ଗୁରୁତ୍ବ ରହିବ । ଓଡ଼ିଶାର ଉଚ୍ଚଶିକ୍ଷା କ୍ଷେତ୍ରକୁ ବିଶ୍ବସ୍ତରୀୟ କରିବାରେ ସହଯୋଗ କରିବ  NMIMS  ବୋଲି ନବୀନ କହିଛନ୍ତି । NMIMS ପାଇଁ ଉଚ୍ଚଶିକ୍ଷା ବିଭାଗ ଓ ଶ୍ରୀ ଭିଲେପାର୍ଲେ କେଲାଭଣୀ ମଣ୍ଡଳ ଟ୍ରଷ୍ଟ ବା ଏସଭିକେଏମ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇସାରିଛି ।

ଏନେଇ  ଏସଭିକେଏମ  ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । NMIMS ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାର ଜଟଣୀର ଗୌଡକାଶିପୁରଠାରେ ୪୦ ଏକର ଜମି ଲିଜ ସୂତ୍ରରେ ୩୦ ବର୍ଷ ପାଇଁ ବିନା ଦେୟରେ ପ୍ରଦାନ କରିଛନ୍ତି । ଓଡ଼ିଶାର ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଏଠାରେ ୩୦ ପ୍ରତିଶତ ସିଟ୍ ସଂରକ୍ଷଣ ରହିବ।

କ୍ୟାମ୍ପସରେ କେଜିଠାରୁ ସ୍ନାତକୋତ୍ତର  ପର୍ଯ୍ୟନ୍ତ ଶିକ୍ଷାଦାନ ହେବ । SVKM ପକ୍ଷରୁ ୪୦୦କୋଟିର ପୁଞ୍ଜି ବିନିଯୋଗ ହେବ । ରାଜ୍ୟ ସରକାରଙ୍କ ସହାୟତାରେ କ୍ୟାମ୍ପସର ଭିତ୍ତିଭୂମି ବିକାଶ ଓ ଅନ୍ୟାନ୍ୟ ସୁବିଧା ପର୍ଯ୍ୟାୟକ୍ରମେ କରାଯିବ । ଭିତ୍ତିଭୂମି ବିକାଶ, ମରାମତି, ନବୀକରଣ, ଲ୍ୟାଣ୍ଡସ୍କେପ୍, ଯନ୍ତ୍ରପାତି, ମାନବ ସମ୍ବଳ ଖର୍ଚ୍ଚ ଏସଭିକେଏମ୍ ବହନ କରିବ । ଜଟଣୀରେ ବିଶ୍ବସ୍ତରର ଶିକ୍ଷାନୁଷ୍ଠାନ ହେବାକୁ ଥିବାରୁ ଏଥିପାଇଁ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ସ୍ଥାନୀୟ ବିଧାୟକ ସୁରେଶ ରାଉତରାୟ ।

   Related Posts