ଦେଶର ସାଧାରଣ ଲୋକଙ୍କ ଜନଜୀବନର ସୁରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ : ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | May 11, 2025 IST

ଭୁବନେଶ୍ବର ୧୧।୫: ବେସାମରିକ ସୁରକ୍ଷା ବା ସିଭିଲ୍ ଡିଫେନ୍ସରେ ଯୋଗ ଦେବା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦେଶର ସାଧାରଣ ଲୋକଙ୍କ ଜନଜୀବନର ସୁରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ । ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ । ଏଥିପାଇଁ ଜାତୀୟତାର ମନୋଭାବ ରଖି ବେସାମରିକ ସୁରକ୍ଷା ବା ସିଭିଲ୍ ଡିଫେନ୍ସ ସଙ୍ଗଠନରେ ସ୍ୱେଚ୍ଛାସେବୀ ଭାବେ ଯୋଗ ଦେବା ପାଇଁ ମୁଁ ଜନସାଧାରଣଙ୍କୁ, ବିଶେଷକରି ଯୁବ ସମାଜକୁ ଆହ୍ବାନ କରୁଛି । ଯୁବ ସମାଜ ହିଁ ଆମ ଆଶା, ଭରଷା ଓ ଶକ୍ତିର ପ୍ରତୀକ ।

ଇଚ୍ଛୁକ ସ୍ୱେଚ୍ଛାସେବୀମାନେ ଜିଲ୍ଲା ସ୍ତରରେ ଜିଲ୍ଲାପାଳଙ୍କୁ ଆବେଦନ କରିପାରିବେ । ଜିଲ୍ଲାପାଳ ହେଉଛନ୍ତି ଜିଲ୍ଲା ବେସାମରିକ ସୁରକ୍ଷାର ନିୟନ୍ତ୍ରକ । ଏହି ସ୍ୱେଚ୍ଛାସେବୀ ମାନଙ୍କୁ ପ୍ରଶିକ୍ଷିତ କରାଯିବ । ଆବଶ୍ୟକ ହେଲେ, ସେବା ଓ ଜାତୀୟତାର ମନୋଭାବ ରଖି ସେମାନେ ଜନସାଧାରଣଙ୍କୁ ସେବା ଯୋଗାଇଦେବେ । ଆମ ରାଜ୍ୟର ୧୨ଟି ସ୍ଥାନରେ ସିଭିଲ୍ ଡିଫେନ୍ସ ସଙ୍ଗଠନ କାର୍ଯ୍ୟ କରୁଛି । ଆବଶ୍ୟକ‌ତା ଅନୁଯାୟୀ ଅନ୍ୟ ସ୍ଥାନମାନଙ୍କରେ ନୂଆ ସଙ୍ଗଠନ ଗଢିବାକୁ ମୁଁ ନିର୍ଦ୍ଦେଶ ଦେଇଛି ।

ମୋର ଆଶା ଓ ବିଶ୍ବାସ, ସେବା ଓ ଜାତୀୟତାର ମନୋଭାବ ରଖି ଅନେକ ବ୍ୟକ୍ତି ବିଶେଷ, ବିଶେଷକରି ଯୁବ ବର୍ଗ, ଏଥିପାଇଁ ଆଗେଇ ଆସିବେ । 

You Can Read:

ବାଇକ୍‌କୁ ଧକ୍କା ଦେଇ ଓଲଟିଲା ପିକଅପ୍ ଭ୍ୟାନ୍ : ଜଣେ ମୃତ, ଦୁଇ ଗୁରୁତର

  • odisha
  • OdishaNews
  • CM Mohan Majhi
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.