ଭୁବନେଶ୍ବର: ଗଭୀର ଅବପାତ ଜନିତ ଲଗାଣ ବର୍ଷା ଯୋଗୁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ସ୍ଥିତି ଉତ୍କଟ ହୋଇଛି । ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ମଧ୍ୟ ଉଦ୍ଧାର କରାଯାଇଛି । ତେଣୁ ଲଗାଣ ବର୍ଷା ତଥା ବନ୍ୟା ପ୍ରଭାବିତ ଅଞ୍ଚଳର ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସୂଚନା ଅନୁସାରେ, ରବିବାର ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ପେଶାଲ୍ ରିଲିଫ୍ କମିଶନର୍ ରାଜେଶ ପ୍ରଭାକର ପାଟିଲ୍ ଆକାଶମାର୍ଗରୁ ଗଞ୍ଜାମ, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାର ଲଗାଣ ବର୍ଷା ତଥା ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବେ । ଏହା ସହ କୋରାପୁଟ ଜିଲ୍ଲାର କୋଟପାଡ଼ଠାରେ ବନ୍ୟା ସ୍ଥିତି ସମୀକ୍ଷା କରିବା ସହ ଜୟପୁରଠାରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି l

Also Read: ଚିନ୍ତାରେ ଭଦ୍ରକବାସୀ, ବୈତରଣୀ ଏବେ ସ୍ଥିର, ବଢୁଛି ସାଳନ୍ଦୀ ନଦୀର ଜଳସ୍ତର