ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ନବୀନ ନିବାସକୁ ନଆସିବାକୁ ଶୁଭେଚ୍ଛୁଙ୍କୁ ପରାମର୍ଶ

Published By : Prameya-News7 Bureau | October 15, 2023 IST

ଭୁବନେଶ୍ବର: ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। କିନ୍ତୁ ଜନ୍ମଦିନ ପାଳନ କରିବେନାହିଁ ମୁଖ୍ୟମନ୍ତ୍ରୀ । ପ୍ରକୃତରେ ଗତ ମାସରେ ବଡ଼ ଭଉଣୀ ଗୀତା ମେହେଟାଙ୍କ ବିୟୋଗ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଜନ୍ମ ଦିବସ ପାଳନ କରିବେ ନାହିଁ। ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ନିଜର ଜନ୍ମଦିନ ପାଳନ କରିନଥିଲେ। ମୁଖ୍ୟମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ହାଇଦ୍ରାବାଦ ଗସ୍ତ କରିଥିଲେ । ଫଳରେ ନିଜର ଜନ୍ମଦିନକୁ ପାଳନ କରିପାରିନଥିଲେ ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ‘ଆମ ଓଡ଼ିଶା ନବୀନ ଓଡ଼ିଶା’: ପୁରୀ ଓ ନୟାଗଡ଼ରେ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.