ଭୁବନେଶ୍ୱର: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ମୋଟ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍ ଆଗତ କରାଯାଇଛି । ମୋଟ୍ ପ୍ରଶାସନିକ ଖର୍ଚ୍ଚ ୩,୩୮୯ କୋଟି । ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ଖର୍ଚ୍ଚ ୧୩,୭୧୬ କୋଟି । ବିପର୍ଯ୍ୟୟ ପରିଚାଳନା ପାଣ୍ଠି ପାଇଁ ୧୭୧ କୋଟି ।

ବଜେଟ୍ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏକ ଜନମଙ୍ଗଳ ରାଷ୍ଟ୍ରରେ ସମ୍ବଳର ଉପଲବ୍ଧତା ଏବଂ ଜନସାଧାରଣଙ୍କ ଆଶା ଓ ଆକାଂକ୍ଷାକୁ ଆଖି ଆଗଭର ରଖି ଉପଲବ୍ଧ ସମ୍ବଳର ପୁନଃବନିଭିଯାଗ ତଥା ବିଭିନ୍ନ ସୂତ୍ରରୁ ସହବନ୍ଧିତ ସମ୍ବଳର ପ୍ରାପ୍ତି ମାଧ୍ୟମରେ ଅତିରିକ୍ତ ବଜେଟ୍ ପାଇଁ ବ୍ୟୟବରାଦ କରାଯାଇଛି ।

​​​​​​​

ମୁଖ୍ୟମନ୍ତ୍ରୀ ବ୍ୟୟବରାଦ ଆବଶ୍ୟକତା ଉପରେ କହିଛନ୍ତି, ରାଜ୍ୟ ସରକାରଙ୍କ ଅଧୀନରେ ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପ ଗୁଡିକୁ ଶେଷ କରିବା ପାଇଁ ଅତିରିକ୍ତ ପାଣ୍ଠିର ଆବଶ୍ୟକତା ରହିଛି । ପ୍ରଚଳିତ ରହିଥିବା କେନ୍ଦ୍ର ଯୋଜନା ଓ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ପାଇଁ ଅତିରିକ୍ତ ବ୍ୟୟବରାଦ । ଓଡିଶା ଆକସ୍ମିକ ପାଣ୍ଠିରୁ ନିଆଯାଇଥିବା ଅଗ୍ରୀମ ଅର୍ଥର ଭରଣା । ବିଭିନ୍ନ ଦାବି ଅନ୍ତର୍ଗତ ହିସାବ ବ୍ୟବସ୍ଥାପନା ।
​​​​​​​

ପ୍ରଶାସନିକ ବ୍ୟୟ ପାଇଁ ଅର୍ଥ ବ୍ୟବସ୍ଥା

ସରକାରୀ ଆବାସିକ କୋଠା ଗୁଡିକର ରକ୍ଷଣାବେକ୍ଷଣ ପାଇଁ ୨୦୫ କୋଟି ଟଙ୍କା

ଅଣ-ଆବାସିକ କୋଠା ଗୁଡିକର ରକ୍ଷଣାବେକ୍ଷଣ ପାଇଁ ୩୦୬ କୋଟି ଟଙ୍କା

ରାସ୍ତା ଏବଂ ସେତୁର ରକ୍ଷଣାବେକ୍ଷଣ ପାଇଁ ୨୫୦ କୋଟି ଟଙ୍କା

ଗ୍ରାମୀଣ ପାଇପ ଜଳ ଯୋଗାଣ ପ୍ରକଳ୍ପର ପରିଚାଳନା ଏବଂ ରକ୍ଷଣାବେକ୍ଷଣ ପାଇଁ ୧୧୬ କୋଟି ଟଙ୍କା