scan steel
web-baneer-728x90
WhatsApp Image 2023-12-06 at 12.52.17
krs-728-90-banner english-2
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

୨୦୫ ମୃତଦେହ ଚିହ୍ନଟ ପରେ ପରିବାରକୁ ହସ୍ତାନ୍ତର, ୮୩ ମୃତଦେହ ହୋଇନି ଚିହ୍ନଟ

6/06/2023 at 5:22 PM

ଭୁବନେଶ୍ବର ୬।୬: ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮ । ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮ ବୋଲି ସ୍ପଷ୍ଟ କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ।

୨୮୮ ମୃତଦେହ ମଧ୍ୟରୁ ୨୦୫ ମୃତଦେହ ଚିହ୍ନଟ ହେବା ସହ ପରିବାରଲୋକଙ୍କୁ ହସ୍ତାନ୍ତର ହୋଇସାରିଛି । ଆଉ ୮୩ଟି ମୃତଦେହ ଚିହ୍ନଟ ହୋଇନାହିଁ । ସେସବୁର ଡିଏନ୍‌ଏ ସାମ୍ପଲ ରଖାଯାଇଛି । ସେସବୁ ମୃତଦେହର ଦାବିଦାର ଆସିଲେ ଡିଏନ୍‌ଏ ମ୍ୟାଚିଂ କରି ହସ୍ତାନ୍ତର କରାଯିବ ।

ବାଲେଶ୍ବରରେ ୯୪ଟି ମୃତଦେହ ପରିବାରଲୋକଙ୍କୁ ଦିଆଯାଇଥିଲା । ବାଲେଶ୍ୱରରୁ ୧୯୩ଟି ମୃତଦେହ ଭୁବନେଶ୍ୱରକୁ ଆସିଥିଲା । ସେଥିମଧ୍ୟରୁ ୧୧୦ ମୃତଦେହ ଚିହ୍ନଟ ହୋଇ ହସ୍ତାନ୍ତର ହୋଇସାରିଛି । ସେହିପରି ଭଦ୍ରକ ମେଡିକାଲରେ ଜଣଙ୍କର ମୃତ୍ୟୁ ହୋଇଥିଲା ତାହା ପରିବାର ଲୋକଙ୍କୁ ହସ୍ତାନ୍ତର ହୋଇସାରିଛି ।

ସେପଟେ ବାହାନଗା ରେଳ ଦୁର୍ଘଟଣାରେ ଓଡିଶାର ୩୯ ମୃତକ ରହିଛନ୍ତି । ସେମାନଙ୍କ ଆତ୍ମୀୟଙ୍କ ପାଇଁ ଅନୁଦାନ ଘୋଷଣା ହୋଇଛି । ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୭ ଟି ଜିଲ୍ଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଯିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି । ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି।

ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି । ସୂଚନାଥାଉକି, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ।

You Can Read :

   Related Posts