୧୦ ବିଭାଗର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

Published By : Prameya-News7 Bureau | August 07, 2025 IST

ଭୁବନେଶ୍ବର ୭।୮: ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ । ୧୦ ବିଭାଗର ଗ୍ରୁପ୍‌ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି । ଅଗଷ୍ଟ ୩୧ ତାରିଖ ସୁଦ୍ଧା ନିଯୁକ୍ତି ପକ୍ରିୟା ସାରିବାକୁ ନିର୍ଦ୍ଦେଶ ରହିଛି ।ସର୍ବାଧିକ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୮ ହଜାର ୩୫୮, ପଞ୍ଚାୟତିରାଜ ବିଭାଗର ୪ ହଜାର ୪୨, ସ୍ୱାସ୍ଥ୍ୟ ବିଭାଗର ୩ ହଜାର ୬୭୭ ସହ ୧୦ ବିଭାଗରେ ନିଯୁକ୍ତି ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ ବିଭାଗରେ ୪୪ ହଜାର ୯୦୯ ପଦବୀ ଖାଲି ପଡ଼ିଥିବା ବେଳେ ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

You Can Read:

କେନ୍ଦ୍ରାପଡ଼ା ଛାତ୍ରୀ ପୋଡି ଘଟଣା : ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ବିଜେଡ଼ିର ବିକ୍ଷୋଭ ପ୍ରଦର୍ଶନ



  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.