ନବୀନଙ୍କ ନୂଆ ଟିମ୍‌ରେ ୧୩ କ୍ୟାବିନେଟ୍ ମନ୍ତ୍ରୀ, ରାଜେନ୍ଦ୍ର ଢୋଲକିଆ ନୂଆ ମୁହଁ

Published By : Prameya-News7 Bureau | June 05, 2022 IST

ଭୁବନେଶ୍ୱର ୦୫/୦୬: ଆଜି ଟିମ୍ ନବୀନଙ୍କ ନବକଳେବର । କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ୧୩ ମନ୍ତ୍ରୀ । ତେବେ ଏହି କ୍ୟାବିନେଟରେ ଜଣେ ନୂଆ ଚେହେରାଙ୍କୁ ଦିଆଯାଇଛି ସ୍ଥାନ । କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରାଜେନ୍ଦ୍ର ଢୋଲକିଆ । ସେହିଭଳି ୭ଜଣ ମନ୍ତ୍ରୀଙ୍କୁ ରିପିଟ୍ କରାଯାଇଛି । ଏହାସହ ପୂର୍ବରୁ ଥିବା ୫ ମନ୍ତ୍ରୀଙ୍କୁ ବି ଚାନ୍ସ ମିଳିଛି ।

ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ପଦ ଓ ଗୋପନୀୟତା ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ । କ୍ୟାବିନେଟର ପ୍ରଥମ ମନ୍ତ୍ରୀ ଭାବେ ଶପଥ ନେଇଥିଲେ ଜଗନ୍ନାଥ ସାରକା ।

ଏହାପରେ ନିରଞ୍ଜନ ପୁଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ୍ , ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.